୬ ଲୋକସଭା ଓ ୪୨ ବିଧାନସଭା ଆସନରେ କାଲି ଭୋଟ୍, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ ୯୯ ଲକ୍ଷରୁ ଅଧିକ ଭୋଟର
ଭୁବନେଶ୍ୱର –ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଆସନ୍ତାକାଲି ହେବ ଭୋଟ୍ ଗ୍ରହଣ। ଗତକାଲି ସଂଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଞ୍ଜ , ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ଏବଂ ଏସବୁ ଆସନ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ କାଲି ପଡ଼ିବ ଭୋଟ୍ । ମୋଟ ୯୯ , ୬୧ , ୦୫୭ [...]
ଭୁବନେଶ୍ୱର –ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଆସନ୍ତାକାଲି ହେବ ଭୋଟ୍ ଗ୍ରହଣ। ଗତକାଲି ସଂଧ୍ୟାରେ ପ୍ରଚାର ଶେଷ ହୋଇଛି।
ମୟୂରଭଞ୍ଜ , ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ଏବଂ ଏସବୁ ଆସନ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ କାଲି ପଡ଼ିବ ଭୋଟ୍ । ମୋଟ ୯୯ , ୬୧ , ୦୫୭ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିପାରିବେ । ଏମାନଙ୍କ ମଧ୍ୟରେ ୫୦ , ୮୮ , ୦୭୬ ପୁରୁଷ, ୪୮ , ୭୨ , ୨୯୪ ମହିଳା ଓ ୬୮୭ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି । ଏମାନଙ୍କ ମଧ୍ୟରେ ୨ , ୫୭ , ୩୪୫ ଜଣ ୧୮ – ୧୯ ବର୍ଷ ବୟସର ପ୍ରଥମ ଥର ମତଦାତା , ୨୦ – ୨୯ ବର୍ଷ ବୟସର ୨୦ , ୫୧ , ୫୦୫ ଜଣ ଯୁବ ମତଦାତା ରହିଛନ୍ତି ।
ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ମୋଟ ୧୦ ହଜାର ୮୫୭ଟି ମତଦାନ କେନ୍ଦ୍ର ଓ ୨୫ଟି ଅତିରିକ୍ତ ( ମୋଟ ୧୦ , ୮୮୨ ) ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ସମସ୍ତ ବୁଥରେ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ୧୪୦୦ରୁ ଉର୍ଦ୍ଧ୍ବ ମତଦାନ କେନ୍ଦ୍ର ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ । ଏହି ପର୍ଯ୍ୟାୟରେ ପ୍ରାୟ ୨୦ ପ୍ରତିଶତ ଆଦର୍ଶ ମତଦାନ କେନ୍ଦ୍ର ( ମଡ଼େଲ୍ ବୁଥ୍ ) ରହିଛି ।
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମୋଟ ୪୬୦ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ୬ ଲୋକସଭା ଆସନରେ ୬୬ ପ୍ରାର୍ଥୀ ( ପୁରୁଷ – ୫୫ , ମହିଳା – ୧୧ ) ରହିଛନ୍ତି । ୪୨ଟି ବିଧାନସଭା ଆସନରେ ମୋଟ ପ୍ରାର୍ଥୀଙ୍କ ସଂଖ୍ୟା ୩୯୪ ରହିଛି । ଏମାନଙ୍କ ମଧ୍ୟରୁ ୩୩୬ ପୁରୁଷ ଓ ୫୮ ଜଣ ମହିଳା ପ୍ରାର୍ଥୀ।
ମୁକ୍ତ, ଅବାଧ ଓ ନିରପେକ୍ଷ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୨୫ କମ୍ପାନୀ ସିଏପିଏଫ ( ସେଣ୍ଟ୍ରାଲ୍ ଆର୍ମଡ଼ ପୋଲିସ ଫୋର୍ସ ) ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ ।
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
