ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ: ୬ ଲୋକସଭା, ୪୨ ବିଧାନସଭା ଆସନରେ ଚାଲିଛି ଭୋଟ୍ ଗ୍ରହଣ
ଭୁବନେଶ୍ୱର – ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଆଜି ଆରମ୍ଭ ହୋଇଛି । ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି । ୯୯ ଲକ୍ଷରୁ ଅଧିକ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ମୋଟ୍ ୪୬୦ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଚତୁର୍ଥ ପର୍ଯ୍ୟାୟ ସହ [...]
ଭୁବନେଶ୍ୱର – ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଆଜି ଆରମ୍ଭ ହୋଇଛି । ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି । ୯୯ ଲକ୍ଷରୁ ଅଧିକ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ମୋଟ୍ ୪୬୦ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଚତୁର୍ଥ ପର୍ଯ୍ୟାୟ ସହ ରାଜ୍ୟରେ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଶେଷ ହେବ ଭୋଟ୍ ଗ୍ରହଣ ପ୍ରକ୍ରିୟା। ଜୁନ୍ ଚାରି ତାରିଖରେ ଭୋଟ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ । ଓଡ଼ିଶାରେ ମେ’ ୧୩ , ମେ’୨୦ , ମେ’ ୨୫ରେ ଭୋଟ୍ ଗ୍ରହଣ ହୋଇଥିଲା।
ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟରେ ମୟୂରଭଞ୍ଜ , ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ଏବଂ ଏସବୁ ଆସନ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରରେ ଭୋଟ୍ ଗ୍ରହଣ କରାଯାଉଛି ।
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ କିଛି ଚର୍ଚ୍ଚିତ ଆସନରେ ଲଢେଇ ରୋମାଞ୍ଚକର ହେବା ଆଶା କରାଯାଉଛି। ବିଭିନ୍ନ ଦଳର ଏକାଧିକ ହେଭିୱଟ ଏହି ପର୍ଯ୍ୟାୟରେ ପ୍ରାର୍ଥୀ ହୋଇଛନ୍ତି। ବାଲେଶ୍ୱର ଲୋକସଭା ଆସନ ଉପରେ ସମସ୍ତଙ୍କର ନଜର ରହିଛି। ବିଜେଡି ଏଠାରୁ ଲେଖାଶ୍ରୀ ସାମନ୍ତ ସିଂହାରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସର ଜାତୀୟ ତଥା ରାଜ୍ୟ ରାଜନୀତିର ଚର୍ଚ୍ଚିତ ନେତା ଶ୍ରୀକାନ୍ତ ଜେନାଙ୍କୁ ଟିକଟ ଦେଇଛି। ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ପୁଣି ପ୍ରାର୍ଥୀ କରିଛି ।
ମୟୂରଭଞ୍ଜରେ ବିଜେଡି ସାଂସଦ ପ୍ରାର୍ଥୀ ଭାବେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । କେନ୍ଦ୍ରାପଡ଼ା ଲୋକସଭା ଆସନରେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ବିଜେଡ଼ିର ଅଂଶୁମାନ ମହାନ୍ତିଙ୍କ ମଧ୍ଯରେ ଟକ୍କର ହେଉଛି ।
ଚତୁର୍ଥ ପର୍ଯ୍ୟାୟରେ ମତଦାନ ପାଇଁ ମୋଟ ୧୦ ହଜାର ୮୫୭ଟି ମତଦାନ କେନ୍ଦ୍ର ଓ ୨୫ଟି ଅତିରିକ୍ତ ( ମୋଟ ୧୦ , ୮୮୨ ) ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ୧୪୦୦ରୁ ଉର୍ଦ୍ଧ୍ବ ମତଦାନ କେନ୍ଦ୍ର ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେଉଛି ।
ମୁକ୍ତ, ଅବାଧ ଓ ନିରପେକ୍ଷ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ୯ ପୋଲିସ ଜିଲାରେ ୮୭୫୨ ସ୍ଥାନରେ ୧୦୮୮୨ ମତଦାନ କେନ୍ଦ୍ର ମଧ୍ୟରୁ ପାଖାପାଖି ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ ଭାବେ ଚିହ୍ନଟ ହୋଇଛି। ନିର୍ବାଚନ ପରିଚାଳନାର ସୁରକ୍ଷା ଲାଗି ବିଭିନ୍ନ ପାହ୍ୟାର ୩୬ ହଜାର ପୋଲିସ କର୍ମଚାରୀଙ୍କ ମୁତୟନ କରାଯାଇଛି । ଯେଉଁଥିରେ ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ, ୮୬ ପ୍ଲାଟୁନ ଆର୍ମଡ଼ ପୋଲିସ ଫୋର୍ସ ଅଛନ୍ତି । ୪୪ ଜଣ ଅତିରିକ୍ତ ଏସପି, ୯୯ ଡିଏସପି, ୨୧୦ ଇନ୍ସପେକ୍ଟର, ୨୫୮୩ଏସଆଇ/ ଏଏସଆଇ ସହ ୯୪୭୬ କନଷ୍ଟେବଳ/ ହାବିଲଦାର, ୮୦୮୩ ଗୃହରକ୍ଷୀ ଓ ଗ୍ରାମରକ୍ଷୀ ନିର୍ବାଚନ ପରିଚାଳନାରେ ନିୟୋଜିତ ହୋଇଛନ୍ତି । ସେହିପରି ୮୪୩ ମୋବାଇଲ ପାଟ୍ରୋଲିଂ ପାର୍ଟି ମଧ୍ୟ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
Voting Begins for Final Phase of Elections in Odisha
Next Articleବିପୁଳ ସଂଖ୍ୟାରେ ମତଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
