ନିର୍ବାଚନ ସରୁ ସରୁ ମହଙ୍ଗା ମାଡ଼: ଅମୂଲ କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି, ଟୋଲ୍ ଟ୍ୟାକ୍ସ ବି ବଢ଼ିଲା
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ସରିବା କ୍ଷଣି ଲୋକଙ୍କ ଉପରେ ହୋଇଛି ମହଙ୍ଗା ମାଡ଼। ଅମୂଲ କ୍ଷୀର ଦର ଲିଟର ପିଛା ୨ ଟଙ୍କା ମହଙ୍ଗା ହୋଇଛି। ବର୍ଦ୍ଧିତ ଦର ଜୁନ୍ ୨ ମଧ୍ୟରାତ୍ରରୁ ଲାଗୁ ହୋଇଛି। ସେହିପରି ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଏଆଇ) ଟୋଲ୍ ଟ୍ୟାକ୍ସ ବୃଦ୍ଧି କରିଛି । କାର, ବସ୍ ଏବଂ ଟ୍ରକ୍ ପାଇଁ ଟୋଲ୍ ଟ୍ୟାକ୍ସ ତିନି ରୁ ପାଞ୍ଚ ପ୍ରତିଶତ ବୃଦ୍ଧି ହୋଇଛି। ଦେଶରେ ୭ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଜୁନ୍ [...]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ସରିବା କ୍ଷଣି ଲୋକଙ୍କ ଉପରେ ହୋଇଛି ମହଙ୍ଗା ମାଡ଼। ଅମୂଲ କ୍ଷୀର ଦର ଲିଟର ପିଛା ୨ ଟଙ୍କା ମହଙ୍ଗା ହୋଇଛି। ବର୍ଦ୍ଧିତ ଦର ଜୁନ୍ ୨ ମଧ୍ୟରାତ୍ରରୁ ଲାଗୁ ହୋଇଛି। ସେହିପରି ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଏଆଇ) ଟୋଲ୍ ଟ୍ୟାକ୍ସ ବୃଦ୍ଧି କରିଛି । କାର, ବସ୍ ଏବଂ ଟ୍ରକ୍ ପାଇଁ ଟୋଲ୍ ଟ୍ୟାକ୍ସ ତିନି ରୁ ପାଞ୍ଚ ପ୍ରତିଶତ ବୃଦ୍ଧି ହୋଇଛି। ଦେଶରେ ୭ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଜୁନ୍ ୧ରେ ଶେଷ ହୋଇଥିଲା। ଜୁନ୍ ୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟ ବୈଠକ
Next ArticleCM Naveen to Chair Last Cabinet Meeting of His Fifth Term Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
