କାଲି ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟ, ୫୭ ଆସନରେ ହେବ ମତଦାନ; ମଇଦାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ୯୦୪ ପ୍ରାର୍ଥୀ
ନୂଆଦିଲ୍ଲୀ : ଆସନ୍ତାକାଲି (ଜୁନ୍ ୧) ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟରେ ୭ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୭ଟି ଆସନରେ ମତଦାନ ହେବ । ଶେଷ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟତୀତ ପାଞ୍ଚ କେନ୍ଦ୍ର ମନ୍ତ୍ରୀ, ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଚାରିଜଣ ସିନେ କଳାକାରଙ୍କ ସହ ମୋଟ ୯୦୪ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ଚଣ୍ଡିଗଡ଼ କେନ୍ଦ୍ର ଶାସିତ ଅଞ୍ଚଳର [...]
ନୂଆଦିଲ୍ଲୀ : ଆସନ୍ତାକାଲି (ଜୁନ୍ ୧) ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟରେ ୭ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୭ଟି ଆସନରେ ମତଦାନ ହେବ । ଶେଷ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟତୀତ ପାଞ୍ଚ କେନ୍ଦ୍ର ମନ୍ତ୍ରୀ, ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଚାରିଜଣ ସିନେ କଳାକାରଙ୍କ ସହ ମୋଟ ୯୦୪ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି।
ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ଚଣ୍ଡିଗଡ଼ କେନ୍ଦ୍ର ଶାସିତ ଅଞ୍ଚଳର ଗୋଟିଏ ଆସନ ସମେତ ପଞ୍ଜାବର ୧୩, ହିମାଚଳ ପ୍ରଦେଶର ୪, ଉତ୍ତର ପ୍ରଦେଶର ୧୩, ପଶ୍ଚିମବଙ୍ଗର ୯, ବିହାରର ୮, ଓଡିଶାର ୬ ଏବଂ ଝାଡ଼ଖଣ୍ଡର ୩ଟି ଆସନରେ ଶନିବାର ଭୋଟ ଗ୍ରହଣ ହେବ। ଏହାଛଡ଼ା ଏହି ପର୍ଯ୍ୟାୟରେ ଓଡ଼ିଶାର ୪୨ ବିଧାନସଭା ଆସନ ଭୋଟ୍ ପଡ଼ିବ । ହିମାଚଳ ପ୍ରଦେଶର ୬ ବିଧାନସଭା ଆସନ ପାଇଁ ଉପନିର୍ବାଚନ ମଧ୍ୟ ଶନିବାର ଅନୁଷ୍ଠିତ ହେବ।
ଶେଷ ପର୍ଯ୍ୟାୟରେ ଯେଉଁ ହେଭିଓ୍ବେଟ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ସେମାନଙ୍କ ମଧ୍ୟରେ ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ହମିରପୁରରୁ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର, ଆରାରୁ କେନ୍ଦ୍ର ମନ୍ତ୍ରୀ ଆର.କେ ସିଂହ, ମହାରାଜଗଞ୍ଜରୁ କେନ୍ଦ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ, ଚନ୍ଦୌଲିରୁ କେନ୍ଦ୍ର ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେ ଏବଂ ମିର୍ଜାପୁରରୁ କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଅଛନ୍ତି। ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣ ସିଂ ଚନ୍ନି ମଧ୍ୟ ନିର୍ବାଚନ ମଇଦାନରେ ଅଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କ୍ରମାଗତ ତୃତୀୟ ଥର ବାରାଣସୀ ଲୋକସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି।
ଏହାଛଡ଼ା ଶେଷ ପର୍ଯ୍ୟାୟର ଚାରି ଜଣ ସିନେ କଳାକାର ମଧ୍ୟ ନିର୍ବାଚନୀ ରଣାଙ୍ଗନରେ ଅଛନ୍ତି। ସେମାନେ ହେଲେ ମଣ୍ଡିରୁ କଙ୍ଗନା ରନାଓ୍ବତ, ଗୋରଖପୁରରୁ ରବି କିଶନ ଏବଂ କାଜଲ ନିଷାଦ, କାରାକଟ ଲୋକସଭା ଆସନରୁ ପବନ ସିଂହ ।
ଏମାନଙ୍କ ବ୍ୟତୀତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ଟିଏମସି ମହାସଚିବ ଅଭିଷେକ ବାନାର୍ଜୀ, ଏନଡିଏ ସୁପ୍ରିମୋ ଲାଲୁ ଯାଦବଙ୍କ ଝିଅ ମିସା ଭାରତୀ ଏବଂ ବିକ୍ରମାଦିତ୍ୟ ସିଂହଙ୍କ ଭଳି ନେତାଙ୍କ ଭାଗ୍ୟ ପରୀକ୍ଷା ମଧ୍ୟ ଶେଷ ପର୍ଯ୍ୟାୟରେ ହେବ ।
୫୪୩ ଲୋକସଭା ଆସନ ମଧ୍ୟରୁ ପ୍ରଥମ ୬ ପର୍ଯ୍ୟାୟ ନିର୍ବାଚନ ସୁଦ୍ଧା ୪୮୬ଟି ଆସନରେ ମତଦାନ ସରିଛି । ପ୍ରଥମ ୬ଟି ପର୍ଯ୍ୟାୟରେ ମତଦାନ ହାର ଯଥାକ୍ରମେ ୬୬.୧୪ ପ୍ରତିଶତ, ୬୬.୭୧, ୬୫.୬୮, ୬୯.୧୬, ୬୨.୨ ଏବଂ ୬୩.୩୬ ପ୍ରତିଶତ ଥିଲା। ଶନିବାର ଅନ୍ତିମ ପର୍ଯ୍ୟାୟ ମତଦାନ ପରେ ଏପ୍ରିଲ ୧୯ରୁ ଆରମ୍ଭ ହୋଇଥିବା ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ଜୁନ୍ ୪ରେ ଭୋଟ୍ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ନିର୍ବାଚନ ବ୍ୟସ୍ତତାରୁ ମିଳିଲା ଫୁରସତ : ରାଜଧାନୀର ବହି ଦୋକାନରୁ ବହି କିଣିଲେ ମୁଖ୍ୟମନ୍ତ୍ରୀ, ନେଲେ ସେଲଫି
Next Articleଗୀତା ଉପଦେଶ: “ଯୋଗୀ ପାଇଁ ଆସକ୍ତି ରହିତ କର୍ମ’ ମାଧ୍ୟମ ଅଟେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
