न्यूज़रूम ओडिशा
ब्रेकिंग
ओडिया समाचार

ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର – ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବାରେ ମାଗୁଣି ଚରଣ କୁଅଁରଙ୍କ ବହୁମୂଲ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଦୀର୍ଘ ଦିନ [...]

Admin•1 जून 2024
Share Article:

ଭୁବନେଶ୍ୱର – ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବାରେ ମାଗୁଣି ଚରଣ କୁଅଁରଙ୍କ ବହୁମୂଲ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ୮୮ ବର୍ଷ ବୟସରେ ଆଖି ବୁଜିଛନ୍ତି ।

#Odia#Odisha#News
Share Article:

Related Articles