ଆଜି ଅପରା ଏକାଦଶୀ ବ୍ରତ, ଏହି ବ୍ରତକଲେ ମାତା, ପିତା ତଥା ଗୁରୁଜନ ନିନ୍ଦୁକଙ୍କୁ ମୁକ୍ତି ମିଳିଥାଏ
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା [...]
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ ।
ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ ।
ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।
ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next Articleରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ହାର ୭୦ ଦଶମିକ ୪୭ ପ୍ରତିଶତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
