ଆଜି ଆସିବ ଅରୁଣାଚଳ ପ୍ରଦେଶ, ସିକ୍କିମ ବିଧାନସଭା ନିର୍ବାଚନ ଫଳାଫଳ
ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ ବିଧାନସଭା ନିର୍ବାଚନ ଫଳାଫଳ ଆଜି ଆସିବ। ଉଭୟ ରାଜ୍ୟରେ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଅରୁଣାଚଳ ପ୍ରଦେଶର ୬୦ଟି ଆସନ ମଧ୍ୟରୁ ବିଜେପି ୧୦ ଆସନରେ ନିର୍ଦ୍ବନ୍ଦ୍ବରେ ବିଜୟୀ ହୋଇସାରିଥିଲା। ଅବଶିଷ୍ଟ ୫୦ ଆସନର ଫଳାଫଳ ଆଜି ପ୍ରକାଶ ପାଇବ । ୨୦୧୯ରେ ବିଜେପି ୪୧ ଆସନ ଜିତିଥିଲା। ଏଥର କଂଗ୍ରେସ ୩୪ ଟି ଆସନରେ ପ୍ରାର୍ଥୀ ଦେଇଛି। ମତଗଣନା ଆରମ୍ଭ ହେବାର ପ୍ରଥମ ଘଣ୍ଟାରେ ବିଜେପି [...]
ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ ବିଧାନସଭା ନିର୍ବାଚନ ଫଳାଫଳ ଆଜି ଆସିବ। ଉଭୟ ରାଜ୍ୟରେ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଅରୁଣାଚଳ ପ୍ରଦେଶର ୬୦ଟି ଆସନ ମଧ୍ୟରୁ ବିଜେପି ୧୦ ଆସନରେ ନିର୍ଦ୍ବନ୍ଦ୍ବରେ ବିଜୟୀ ହୋଇସାରିଥିଲା। ଅବଶିଷ୍ଟ ୫୦ ଆସନର ଫଳାଫଳ ଆଜି ପ୍ରକାଶ ପାଇବ ।
୨୦୧୯ରେ ବିଜେପି ୪୧ ଆସନ ଜିତିଥିଲା। ଏଥର କଂଗ୍ରେସ ୩୪ ଟି ଆସନରେ ପ୍ରାର୍ଥୀ ଦେଇଛି। ମତଗଣନା ଆରମ୍ଭ ହେବାର ପ୍ରଥମ ଘଣ୍ଟାରେ ବିଜେପି ଏବଂ ଏହାର ସହଯୋଗୀ ଦଳ ୧୭ଟି ଆସନରେ ଆଗୁଆ ଅଛନ୍ତି। ଅନ୍ୟପକ୍ଷରେ କନରାଡ ସାଙ୍ଗମାଙ୍କ ନ୍ୟାସନାଲ ପିପୁଲ୍ସ ପାର୍ଟି ତିନିଟି ଆସନରେ ଅଗ୍ରଣୀ ରହିଛି।
ସିକ୍କିମରେ ଶାସକ ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା ୧୭ଟି ଆସନରେ ଆଗୁଆ ରହିଥିବା ବେଳେ, ସଦ୍ୟତମ ଟ୍ରେଣ୍ଡରେ ଦଳ ବହୁମତ ଅତିକ୍ରମ କରିଛି। ବିଜେପି ଏବଂ ଏହାର ସହଯୋଗୀ ପାର୍ଟନର ସିକ୍କିମ ଡେମୋକ୍ରାଟିକ୍ ଫ୍ରଣ୍ଟ ଗୋଟିଏ ଆସନରେ ଆଗରେ ଅଛନ୍ତି। ଉଭୟ ରାଜ୍ୟର ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ କଂଗ୍ରେସ ଏପର୍ଯ୍ୟନ୍ତ କୌଣସି ଆସନରେ ଅଗ୍ରଣୀ ହାସଲ କରିପାରି ନାହିଁ।
ବାହାନଗାରେ କରମଣ୍ଡଳର କରୁଣ ପରିଣତିକୁ ବର୍ଷେ
Next Articleଆଜିଠାରୁ ଟି-୨୦ ବିଶ୍ୱକପ: ଆଇସିସି ଟ୍ରଫି ମରୁଡ଼ିର ଅନ୍ତ ଘଟାଇବା ପାଇଁ ଭାରତକୁ ଆଉ ଏକ ସୁଯୋଗ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
