ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ଆହୁରି ୩ ଦିନ ଗ୍ରୀଷ୍ମ ପ୍ରବାହ
ଭୁବନେଶ୍ବର -ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମପ୍ରବାହ। ଏଥିସହ ଉପକୂଳ ଓଡିଶାରେ ଆହୁରି ୫ ଦିନ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଭୁବନେଶ୍ୱର ଳଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ବଲାଙ୍ଗୀର ଓ ବରଗଡ଼ରେ ଅରେଞ୍ଜ ୱାର୍ଣ୍ଣିଂ ଓ କଳାହାଣ୍ଡି, ନୂଆପଡ଼ା, ସୋନପୁରରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି [...]
ଭୁବନେଶ୍ବର -ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମପ୍ରବାହ। ଏଥିସହ ଉପକୂଳ ଓଡିଶାରେ ଆହୁରି ୫ ଦିନ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଭୁବନେଶ୍ୱର ଳଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ବଲାଙ୍ଗୀର ଓ ବରଗଡ଼ରେ ଅରେଞ୍ଜ ୱାର୍ଣ୍ଣିଂ ଓ କଳାହାଣ୍ଡି, ନୂଆପଡ଼ା, ସୋନପୁରରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହା ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।
ଏଣେ ଆଜି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ , କେନ୍ଦୁଝର , ବାଲେଶ୍ଵର , ଝାରସୁଗୁଡ଼ା , ସୁନ୍ଦରଗଡ଼ , ରାୟଗଡ଼ା , ମାଲକାନଗିରି , ଅନୁଗୁଳ , ଯାଜପୁର , ଭଦ୍ରକ , ଜଗତସିଂହପୁର , କେନ୍ଦ୍ରାପଡ଼ା , ନବରଙ୍ଗପୁର , କଳାହାଣ୍ଡି , କନ୍ଧମାଳ , ଗଞ୍ଜାମ , ଗଜପତି ଓ ନୂଆପଡ଼ା ଜିଲ୍ଲାରେ କିଛି ସ୍ଥାନରେ ଆଜି ଘଡଘଡି ସହ ମାଧ୍ୟମ ଧରଣର ବର୍ଷା ହୋଇପାରେ। ଓଡ଼ିଶାକୁ ମୌସୁମୀ ଆସିବା ନେଇ ବର୍ତ୍ତମାନ ସୁଦ୍ଧା କିଛି ଆକଳନ ହୋଇ ନାହିଁ ବୋଲି ସୂଚନା ମିଳିଛି।
ଅରୁଣାଚଳରେ ବିଜେପି, ସିକ୍କିମରେ ଏସକେଏମକୁ ବହୁମତ
Next Articleଟି-୨୦ ବିଶ୍ୱକପ: ଉଦଘାଟନୀ ମ୍ୟାଚରେ କାନାଡ଼ାକୁ ହରାଇଲା ଆମେରିକା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
