ଆଜିଠୁ ଯୁକ୍ତ ତିନି ନାମଲେଖା ଆବେଦନ ପ୍ରକ୍ରିୟା
ଭୁବନେଶ୍ବର – ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ତିନିରେ ନାମଲେଖା ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଚଳିତ ବର୍ଷ ୧୦କି ଶିକ୍ଷାନୁଷ୍ଠାନରେ ନାମଲେଖା ଉପରେ କଟକଣା ଲଗାଯାଇଥିବାବେଳେ ଆସନ ସଂଖ୍ୟା ବୃଦ୍ଧି ପାଇଛି। ଗତ ଶିକ୍ଷାବର୍ଷରେ ୧ ଲକ୍ଷ ୨୧ ହଜାର ୯୬୫ ଆସନ ଖାଲି ରହିଥିଲା। ଚଳିତ ବର୍ଷ ଶିକ୍ଷାନୁଷ୍ଠାନ ସଂଖ୍ୟା କମିଛି। [...]
ଭୁବନେଶ୍ବର – ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ତିନିରେ ନାମଲେଖା ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଚଳିତ ବର୍ଷ ୧୦କି ଶିକ୍ଷାନୁଷ୍ଠାନରେ ନାମଲେଖା ଉପରେ କଟକଣା ଲଗାଯାଇଥିବାବେଳେ ଆସନ ସଂଖ୍ୟା ବୃଦ୍ଧି ପାଇଛି। ଗତ ଶିକ୍ଷାବର୍ଷରେ ୧ ଲକ୍ଷ ୨୧ ହଜାର ୯୬୫ ଆସନ ଖାଲି ରହିଥିଲା। ଚଳିତ ବର୍ଷ ଶିକ୍ଷାନୁଷ୍ଠାନ ସଂଖ୍ୟା କମିଛି। ଏଥର ୧୦୩୭ ମହାବିଦ୍ୟାଳୟରେ ନାମ ଲେଖାଯିବ। ନିୟମିତ ପାଠ୍ୟକ୍ରମ ସହ ସେଲ୍ଫ ଫାଇନାନ୍ସିଂ ପାଠ୍ୟକ୍ରମ ମଧ୍ୟ ନାମଲେଖା ପ୍ରକ୍ରିୟାରେ ସାମିଲ ହୋଇଛି।
୨୦୨୪-୨୫ ଶିକ୍ଷାବର୍ଷରେ ମୋଟ ୧୦୩୭ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ନାମଲେଖାଯିବ। କଳା, ବାଣିଜ୍ୟ, ବିଜ୍ଞାନ, ସେଲ୍ଫ ଫାଇନାନ୍ସ କୋର୍ସ ସହ ସଂସ୍କୃତ ପାଠ୍ୟକ୍ରମ ପାଇଁ ମୋଟ ୨ ଲକ୍ଷ ୭୨ ହଜାର ୭୦୩ ଆସନ ଚୂଡ଼ାନ୍ତ ହୋଇଛି। କଳା ପାଠ୍ୟକ୍ରମରେ ସର୍ବାଧିକ ୧ ଲକ୍ଷ ୫୩ ହଜାର ୧ ଶହ ଆସନ ରହିଛି। www.samsodisha.gov.inରେ ଲଗଇନ୍ କରି ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ୍ ୧୭ ହେଉଛି ନାମଲେଖା ଆବେଦନର ଶେଷ ତାରିଖ।
୧୮ ଓ ୧୯ ଦୁଇ ଦିନ ଧରି ଆବେଦନକାରୀ ଆବେଦନପତ୍ରରେ ତ୍ରୁଟି ଥିଲେ ଅନ୍ଲାଇନ୍ ଜରିଆରେ ସଂଶୋଧନ କରିପାରିବେ। ଜୁନ୍ ୨୫ ତାରିଖରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ।
Odisha Cabinet Recommends Governor for Dissolution of Legislative Assembly
Next Articleପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
