ଭୋଟ୍ ଗଣତି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର – ଆସନ୍ତାକାଲି ଭୋଟ୍ ଗଣତି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଓ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଇଛି। ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ ବାଲାଟ କାଉଣ୍ଟିଂ କେନ୍ଦ୍ରରେ ତ୍ରିସ୍ତରୀୟ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗରୁମରେ ସିଏପିଏଫ୍ ମୁତୟନ ହୋଇଥିବା ବେଳେ ଷ୍ଟ୍ରଙ୍ଗ ରୁମ ବାହାରେ ବନ୍ଧୁକ ଧାରୀ ପୋଲିସ ଓ ଜିଲ୍ଲା ପୋଲିସ ମୁତୟନ [...]
ଭୁବନେଶ୍ୱର – ଆସନ୍ତାକାଲି ଭୋଟ୍ ଗଣତି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଓ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଇଛି। ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ ବାଲାଟ କାଉଣ୍ଟିଂ କେନ୍ଦ୍ରରେ ତ୍ରିସ୍ତରୀୟ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗରୁମରେ ସିଏପିଏଫ୍ ମୁତୟନ ହୋଇଥିବା ବେଳେ ଷ୍ଟ୍ରଙ୍ଗ ରୁମ ବାହାରେ ବନ୍ଧୁକ ଧାରୀ ପୋଲିସ ଓ ଜିଲ୍ଲା ପୋଲିସ ମୁତୟନ ହେବେ । ୧୧୫ଟି କେନ୍ଦ୍ରୀୟ କମ୍ପାନୀ ଷ୍ଟ୍ରଙ୍ଗ ରୁମରେ ମୁତୟନ ରହିବେ । ଏହାସହ ୨୧୮ ପ୍ଲାଟୁନ ପୋଲିସ ଫୋର୍ସ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ । ସେହିପରି ଷ୍ଟ୍ରଙ୍ଗ ରୁମକୁ କେବଳ ପାସ ଥିବା କର୍ମଚାରୀ ଭିତରକୁ ଯାଇ ପାରିବେ । ଗଣମାଧ୍ୟମ ପାଇଁ ମଧ୍ୟ ପାସ ବ୍ୟବସ୍ଥା କରାଯାଇଛି । କାଉଣ୍ଟିଂ ସେଣ୍ଟରକୁ ମୋବାଇଲ ନେବା ଉପରେ କଟକଣା ରହିଛି । କେବଳ ଯେଉଁ ଅଧିକାରୀଙ୍କୁ ଅନୁମତି ଦିଆଯାଇଛି ସେମାନେ ହିଁ ମୋବାଇଲ ଫୋନ ନେଇପାରିବେ । ଜିତିବା ପରେ ବିଜୟ ଉତ୍ସବ ରାଲି କରିବାକୁ ପୋଲିସର ଅନୁମତି ନେବା ଆବଶ୍ୟକ ରହିଛି । ନିର୍ବାଚନ ପରବର୍ତ୍ତୀ ହିଂସାକୁ ରୋକିବା ପାଇଁ ପୋଲିସ ପ୍ରସ୍ତୁତ ଥିବା କହିଛନ୍ତି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ।
Vote Counting to Be Held at 70 Centers in Odisha: CEO
Next Articleଟି-୨୦ ବିଶ୍ୱକପ ପାଇଁ ଆଇସିସି ଘୋଷଣା କଲା ରେକର୍ଡ ପୁରସ୍କାର ରାଶି, ବିଜେତା ଦଳକୁ ମିଳିବ ୨୦.୩୬ କୋଟି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
