ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର – ବିଧାନସଭା ନିର୍ବାଚନରେ ବିଜେପି ସପକ୍ଷରେ ଜନାଦେଶ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଇସ୍ତଫା ଦେଇଛନ୍ତି । ଆଜି ସେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବା ସହ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ୨୪ ବର୍ଷ କାଳ ଓଡ଼ିଶାର ମୁଖ୍ୟମନ୍ତ୍ରୀ ରହି ଆସିଥିଲେ ନବୀନ ପଟ୍ଟନାୟକ। ତାଙ୍କ ନେତୃତ୍ଵରେ ବିଜେଡି ପ୍ରମୁଖ ଆଞ୍ଚଳିକ ଦଳରେ ପରିଣତ ହୋଇଥିଲା । ବିଜେଡି ଲଗାତର ପାଞ୍ଚଟି ନିର୍ବାଚନରେ ବିଜୟୀ ହୋଇ ସରକାର [...]
ଭୁବନେଶ୍ୱର – ବିଧାନସଭା ନିର୍ବାଚନରେ ବିଜେପି ସପକ୍ଷରେ ଜନାଦେଶ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଇସ୍ତଫା ଦେଇଛନ୍ତି । ଆଜି ସେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବା ସହ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ୨୪ ବର୍ଷ କାଳ ଓଡ଼ିଶାର ମୁଖ୍ୟମନ୍ତ୍ରୀ ରହି ଆସିଥିଲେ ନବୀନ ପଟ୍ଟନାୟକ। ତାଙ୍କ ନେତୃତ୍ଵରେ ବିଜେଡି ପ୍ରମୁଖ ଆଞ୍ଚଳିକ ଦଳରେ ପରିଣତ ହୋଇଥିଲା । ବିଜେଡି ଲଗାତର ପାଞ୍ଚଟି ନିର୍ବାଚନରେ ବିଜୟୀ ହୋଇ ସରକାର ଗଠନ କରିବା ଦଳ ଓ ନବୀନଙ୍କ ଲୋକପ୍ରିୟତାର ପ୍ରମାଣ।
୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ନବୀନ ପଟ୍ଟନାୟକ । ଏଥର ବିଧାନସଭା ନିର୍ବାଚନ ଫଳାଫଳକୁ ସ୍ୱୀକାର କରିଛି ବିଜେଡି । ଦଳଗତ ନିର୍ବିଶେଷରେ ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଏଥର ବିଧାନସଭା ନିର୍ବାଚନରେ ବିଜେଡି ମାତ୍ର ୫୧ଟି ଆସନ ହିଁ ଜିତି ପାରିଛି । ବିଜେପି ୭୮ଟି ଆସନ ସହ ସାଧାରଣ ସଂଖ୍ୟାଗରିଷ୍ଠତା ହାସଲ କରି ରାଜ୍ୟରେ ନୂଆ ସରକାର ଗଠନ କରିବାକୁ ଯାଉଛି।
ଲୋକସଭା ନିର୍ବାଚନର ଚୂଡ଼ାନ୍ତ ଫଳାଫଳ ଘୋଷଣା: କେଉଁ ଦଳକୁ କେତେ ଆସନ ମିଳିଲା ଜାଣନ୍ତୁ
Next Articleଆସନ୍ତା ୩-୪ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
