ଏଥର କେଉଁ ଦଳର ମହିଳା ସାଂସଦ ସଂଖ୍ୟା ଅଧିକ ଜାଣନ୍ତୁ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନରେ ବିଜେପିରୁ ସର୍ବାଧିକ ମହିଳା ପ୍ରାର୍ଥୀ ଜିତିଛନ୍ତି। ଏଥର ଦଳର ୩୧ ଜଣ ମହିଳା ପ୍ରାର୍ଥୀ ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି, ଯାହା ଗତ ନିର୍ବାଚନ ତୁଳନାରେ ବହୁତ କମ୍ । ୨୦୧୯ ସାଧାରଣ ନିର୍ବାଚନରେ ବିଜେପିର ୪୨ ଜଣ ମହିଳା ସାଂସଦ ଥିଲେ। ସର୍ବାଧିକ ସଂଖ୍ୟକ ମହିଳା ସାଂସଦ ଦେବାରେ କଂଗ୍ରେସ ଦ୍ୱିତୀୟ ସ୍ଥାନରେ ରହିଛି। ଏଥର ଦଳର ୧୩ ଜଣ ପ୍ରାର୍ଥୀ ଜିତିଥିବାବେଳେ ଗତ ନିର୍ବାଚନରେ ଏହି ସଂଖ୍ୟା ମାତ୍ର [...]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନରେ ବିଜେପିରୁ ସର୍ବାଧିକ ମହିଳା ପ୍ରାର୍ଥୀ ଜିତିଛନ୍ତି। ଏଥର ଦଳର ୩୧ ଜଣ ମହିଳା ପ୍ରାର୍ଥୀ ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି, ଯାହା ଗତ ନିର୍ବାଚନ ତୁଳନାରେ ବହୁତ କମ୍ । ୨୦୧୯ ସାଧାରଣ ନିର୍ବାଚନରେ ବିଜେପିର ୪୨ ଜଣ ମହିଳା ସାଂସଦ ଥିଲେ।
ସର୍ବାଧିକ ସଂଖ୍ୟକ ମହିଳା ସାଂସଦ ଦେବାରେ କଂଗ୍ରେସ ଦ୍ୱିତୀୟ ସ୍ଥାନରେ ରହିଛି। ଏଥର ଦଳର ୧୩ ଜଣ ପ୍ରାର୍ଥୀ ଜିତିଥିବାବେଳେ ଗତ ନିର୍ବାଚନରେ ଏହି ସଂଖ୍ୟା ମାତ୍ର ୭ ଜଣ ଥିଲା। ଏହି ତାଲିକାର ତୃତୀୟ ସ୍ଥାନରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ଅଲ୍ ଇଣ୍ଡିଆ ତୂଣମୂଳ କଂଗ୍ରେସ (ଟିଏମସି) ରହିଛି । ଟିଏମସିର ଏଥର ୧୦ ଜଣ ମହିଳା ପ୍ରାର୍ଥୀ ଜିତିଛନ୍ତି। ୨୦୧୯ରେ ଦଳର ୯ ଜଣ ମହିଳା ସାଂସଦ ଥିଲେ।
ଚତୁର୍ଥ ନମ୍ବରରେ ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ରହିଛି। ଗତଥର ସମାଜବାଦୀ ପାର୍ଟିର ମାତ୍ର ଜଣେ ମହିଳା ସାଂସଦ ଥିଲେ। ତେବେ ଏଥର ଏହି ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି । ଚଳିତ ଥର ସମାଜବାଦୀ ପାର୍ଟିର ୫ ଜଣ ମହିଳା ପ୍ରାର୍ଥୀ ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ପଞ୍ଚମ ସ୍ଥାନରେ ଦକ୍ଷିଣ ଭାରତର ଡିଏମକେ ଅଛି, ଯାହାର ତିନିଜଣ ମହିଳା ପ୍ରାର୍ଥୀ ଜିତିଛନ୍ତି । ଗତ ନିର୍ବାଚନରେ ଦଳ ମାତ୍ର ଦୁଇ ଜଣ ମହିଳା ସାଂସଦଙ୍କୁ ଲୋକସଭା ଯାଇଥିଲେ।
କୌତୁହଳର ବିଷୟ ହେଉଛି ଯେ ଗତବର୍ଷ ସଂସଦର ସ୍ବତନ୍ତ୍ର ଅଧିବେଶନ ଡକାଯାଇ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିଲା। ଏହି ବିଲ୍ ଆଇନରେ ପରିଣତ ହେବା ପରେ ଲୋକସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ହୋଇଛି । ଏହା ସତ୍ତ୍ବେ ୧୮ତମ ଲୋକସଭାକୁ କେବଳ ୧୩ ପ୍ରତିଶତ ମହିଳା ସାଂସଦ ନିର୍ବାଚିତ ହୋଇଛନ୍ତି । ଗତଥର ଲୋକସଭାକୁ ୭୮ ଜଣ ମହିଳା ସାଂସଦ ନିର୍ବାଚିତ ହୋଇଥିଲେ।
ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, ଜୁନ୍ ୮ରେ ତୃତୀୟ ଥର ଶପଥ ନେଇପାରନ୍ତି
Next Articleକେଜ୍ରିୱାଲଙ୍କ ଜାମିନ ଆବେଦନ ଖାରଜ, ଜୁନ୍ ୧୯ ପର୍ଯ୍ୟନ୍ତ ବଢ଼ିଲା ହାଜତ ମିଆଦ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
