ଦଳୀୟ ନେତାଙ୍କ ସହ ସମୀକ୍ଷା ବୈଠକ କଲେ ବିଜେଡି ସୁପ୍ରିମୋ
ଭୁବନେଶ୍ବର – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ବିଧାନସଭା ନିର୍ବାଚନରେ ଦଳର ପ୍ରଦର୍ଶନ ନେଇ ସମୀକ୍ଷା ବୈଠକ କରିଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଦଳର ନେତାମାନେ ଆଲୋଚନା କରିଛନ୍ତି । ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି କେବେ ଲିଡ୍ କରିନାହାନ୍ତି। [...]
ଭୁବନେଶ୍ବର – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ବିଧାନସଭା ନିର୍ବାଚନରେ ଦଳର ପ୍ରଦର୍ଶନ ନେଇ ସମୀକ୍ଷା ବୈଠକ କରିଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଦଳର ନେତାମାନେ ଆଲୋଚନା କରିଛନ୍ତି । ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି କେବେ ଲିଡ୍ କରିନାହାନ୍ତି। ଦଳରେ ନବୀନ ବାବୁ ସର୍ବୋଚ୍ଚ ନେତା ଥିଲେ ଆଉ ସବୁ ବେଳେ ରହିବେ ।
ଜୟଶ୍ରୀ କହଁର, କୌଶଲ୍ୟା ପ୍ରଧାନ, ସୁଦାମ ମାର୍ଣ୍ଡି, ସୁବ୍ରତ ତରାଇ, ଲମ୍ବୋଦର ନିଆଲ, ଅବିନାଶ ସାମଲ, ରଞ୍ଜିତା ସାହୁ, ମନ୍ମଥ ରାଉତରାୟ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରୀତିରଞ୍ଜନ ଘଡାଇ, ପଦ୍ମନାଭ ବେହେରା ଏବଂ ବିଷ୍ଣୁବ୍ରତ ରାଉତରାୟ ପ୍ରମୁଖ ବିଜେଡି ସୁପ୍ରିମୋଙ୍କ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ।
କଙ୍ଗନାଙ୍କୁ ଚାପୁଡ଼ା ମାରିଲେ ମହିଳା ସୁରକ୍ଷାକର୍ମୀ
Next Articleଗୀତା ଉପଦେଶ: “ଯୋଗୀ ପାଇଁ ଆସକ୍ତି ରହିତ କର୍ମ’ ମାଧ୍ୟମ ଅଟେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
