କୁକୁଡ଼ାଖଣ୍ଡି ବ୍ଲକ୍ ଅଧ୍ୟକ୍ଷଙ୍କ ବିୟୋଗ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁରର ଓ ଦିଗପହଣ୍ଡି ଉଭୟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁକୁଡ଼ାଖଣ୍ଡି ବ୍ଲକ୍ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ଆଜି ଭୋର ପ୍ରାୟ ୫ଟାରେ ପରଲୋକ ଘଟିଛି। ସେ ଲିଭର୍ ଜଣ୍ଡିସ ରୋଗ ପାଇଁ ବିଶାଖାପାଟଣାର ଏକ ଘରୋଇ ଡାକ୍ତରଖାନାରେ ପ୍ରାୟ ମାସେ ହେବ ଚିକିତ୍ସାଧୀନ ଥିଲେ। ୨୦୦୭ରେ ନିଜ ଗାଁ କୁକୁଡାଖଣ୍ଡିରୁ ସରପଞ୍ଚ, ୨୦୧୨ରେ ଜିଲ୍ଲା ପରିଷଦ ସଭ୍ୟ, ୨୦୧୭ରୁ ଏଯାବତ୍ ଲଗାତାର ଦୁଇ ଥର ବ୍ଲକ୍ ଅଧ୍ୟକ୍ଷ ପଦ (କଙ୍କିଆ ଓ ଡେଙ୍ଗାପଦର [...]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁରର ଓ ଦିଗପହଣ୍ଡି ଉଭୟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁକୁଡ଼ାଖଣ୍ଡି ବ୍ଲକ୍ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ଆଜି ଭୋର ପ୍ରାୟ ୫ଟାରେ ପରଲୋକ ଘଟିଛି। ସେ ଲିଭର୍ ଜଣ୍ଡିସ ରୋଗ ପାଇଁ ବିଶାଖାପାଟଣାର ଏକ ଘରୋଇ ଡାକ୍ତରଖାନାରେ ପ୍ରାୟ ମାସେ ହେବ ଚିକିତ୍ସାଧୀନ ଥିଲେ। ୨୦୦୭ରେ ନିଜ ଗାଁ କୁକୁଡାଖଣ୍ଡିରୁ ସରପଞ୍ଚ, ୨୦୧୨ରେ ଜିଲ୍ଲା ପରିଷଦ ସଭ୍ୟ, ୨୦୧୭ରୁ ଏଯାବତ୍ ଲଗାତାର ଦୁଇ ଥର ବ୍ଲକ୍ ଅଧ୍ୟକ୍ଷ ପଦ (କଙ୍କିଆ ଓ ଡେଙ୍ଗାପଦର ସମିତି ସଭ୍ୟ ଭାବେ ନିର୍ବାଚିତ)ରେ ରହିଥିଲେ। ବିଜେଡିର ସ୍ଥାନୀୟ ତଥା ଜିଲ୍ଲାସ୍ତରରେ ଜଣେ ଜଣାଶୁଣା ଚେହେରା ତଥା ନେତା ଥିଲେ ସେ। ତାଙ୍କ ପତ୍ନୀ ଓ ଦୁଇ ଝିଅ ଅଛନ୍ତି। ତାଙ୍କ ପାର୍ଥିବ ଶରୀରକୁ ଏବେ ଗାଁକୁ ଫେରାଇ ଅଣାଯାଉଛି। ଅପରାହ୍ନରେ ଅନ୍ତିମ ସଂସ୍କାର କରାଯିବ।
ଟି-୨୦ ବିଶ୍ୱକପ: ଶ୍ରୀଲଙ୍କା ବିପକ୍ଷରେ ବାଂଲାଦେଶର ରୋମାଞ୍ଚକ ବିଜୟ
Next Articleଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ ଘଟଣାର ତଦନ୍ତ ଆରମ୍ଭ, ୪ ଅଟକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
