ଆଜି ଶ୍ରୀ ମନ୍ଦିରରେ ରାଜେନ୍ଦ୍ରାଭିଷେକ ନୀତି..
ଜ୍ୟେଷ୍ଠ ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିର ରେ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯାଇଥାଏ। ଏହି ଦିନ ସନ୍ଧ୍ୟାଧୂପ ନୀତି ବଢ଼ିଲା ପରେ ଶ୍ରୀ ମଦନମୋହନ ଆଜ୍ଞାମାଳ ପାଇ ଭୋଗ ବାଟ ଗଣେଶଙ୍କ ଠାରେ ପଡିଥିବା ଖଟ ଉପରେ ବିଜେ ହୁଅନ୍ତି। ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ଜଗମୋହନକୁ ସମ୍ପୂର୍ଣ୍ଣ ଅନ୍ଧାର କରିଦିଆ ଯାଏ। ଏହି ସମୟରେ ଗର୍ଭଗୃହରେ ମହାପ୍ରଭୁଙ୍କ ଆଲଟ ସେବା ହୋଇଥାଏ। ଏଥି ଉତ୍ତରାରୁ ଜଣେ ଡଗର ଆସି ମଦନମୋହନ [...]
ଜ୍ୟେଷ୍ଠ ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିର ରେ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯାଇଥାଏ। ଏହି ଦିନ ସନ୍ଧ୍ୟାଧୂପ ନୀତି ବଢ଼ିଲା ପରେ ଶ୍ରୀ ମଦନମୋହନ ଆଜ୍ଞାମାଳ ପାଇ ଭୋଗ ବାଟ ଗଣେଶଙ୍କ ଠାରେ ପଡିଥିବା ଖଟ ଉପରେ ବିଜେ ହୁଅନ୍ତି। ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ଜଗମୋହନକୁ ସମ୍ପୂର୍ଣ୍ଣ ଅନ୍ଧାର କରିଦିଆ ଯାଏ। ଏହି ସମୟରେ ଗର୍ଭଗୃହରେ ମହାପ୍ରଭୁଙ୍କ ଆଲଟ ସେବା ହୋଇଥାଏ। ଏଥି ଉତ୍ତରାରୁ ଜଣେ ଡଗର ଆସି ମଦନମୋହନ ଙ୍କ ନିକଟରେ ରୁକ୍ମିଣୀ ଙ୍କ ବିବାହ ପ୍ରସ୍ତାବ ଜଣାଇବେ ଓ ସ୍ୱୟଂ ପ୍ରଭୁ ରାଜେନ୍ଦ୍ରଭିଷେକ ହେବା ନିମନ୍ତେ କହିବେ। ଶ୍ରୀ ମଦନମୋହନ ମହାଜନମାନଙ୍କ ହସ୍ତରେ ବିଜେ ପୂର୍ବକ ବଟମୂଳରେ ଥିବା ଏକ ସୁସଜିତ ରଥରେ ଆରୋହଣ କରିଥାନ୍ତି। ଘଣ୍ଟ , ଛତା , କାହାଳି ବାଜି ବିମାନବଡୁମାନେ ଉକ୍ତ ରଥକୁ ବଡ଼ ଦେଉଳର ବେଢା଼ ପରିକ୍ରମା କରି ପୁନଶ୍ଚ ବଟମୂଳେ ରଖିଥାନ୍ତି। ଏହି ସମୟରେ ପାଳିଆ ଖୁଣ୍ଟିଆ , ଗରାବଡୁ ସେବକ ଉପସ୍ଥିତ ରହିଥାନ୍ତି।
ଜନୈକ ସେବକ କୁତ କୌତୁକ ଋଷି ଭାବେ ମହାପ୍ରଭୁଙ୍କୁ ଦଣ୍ଡପ୍ରଣାମ ଜଣାଇ ମାଳି ଦେଇଥିବା ଶୁକ୍ଳଫୁଲ ପାଳିଆ ଖୁଣ୍ଟିଆଙ୍କ ଠୁ ନେଇ ଆଞ୍ଜୁଳି କରି ବିଜେ ରାସ୍ତାରେ ପକାଇବା ସହିତ ଶ୍ରୀମଦନମୋହନ ଙ୍କୁ ଥରକୁ ଥର ଦଣ୍ଡପ୍ରଣାମ କରି ତାହାଙ୍କୁ ଦକ୍ଷିଣୀ ଘରକୁ ନେବେ । ଏଠାରେ ଖଟ ଉପରେ ବିଜେ ହେବା ପରେ ଶ୍ରୀ ମଦନମୋହନ ଙ୍କୁ ପଞ୍ଚାମୃତରେ ସ୍ନାନ କରାଯାଇ ଥାଏ। ତତ୍ପରେ ଫୁଲ , ଚନ୍ଦନ ଲାଗି ହୋଇ ବେଶ ବଢିଥାଏ ଓ ଶୀତଳ ଭୋଗରେ ଖିରି , ଅମାଲୁ ଭୋଗ ହୋଇ ବନ୍ଦାପନା ବଢିବା ପରେ ଦକ୍ଷିଣୀ ଘରସ୍ଥ ସ୍ବ ଆସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି।
ଅଭିଷେକ ସମୟରେ ଛତି ଟେକା ଯାଇଥାଏ। ଘଣ୍ଟା , କାହାଳୀ , ମହୁରୀ ବାଜୁଥାଏ। ଅଭିଷେକ ବଢିବା ପରେ ଭିତରେ ପଣା ଭୋଗ ଓ ଅନ୍ୟାନ୍ୟ ନୀତି ବଢିଥାଏ।
Odisha CM Mohan Majhi Allots Portfolios; Keeps Home, Finance
Next Articleଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
