ଟି-୨୦ ବିଶ୍ୱକପ୍: ନେଦରଲ୍ୟାଣ୍ଡସକୁ ୮୩ ରନରେ ହରାଇଲା ଶ୍ରୀଲଙ୍କା
ଗ୍ରସ୍ ଆଇସଲେଟ୍ (ସେଣ୍ଟ୍ ଲୁସିଆ): ଶ୍ରୀଲଙ୍କା ଗ୍ରୁପ୍ ପର୍ଯ୍ୟାୟର ଶେଷ ମ୍ୟାଚ୍ ରେ ସୋମବାର ନେଦରଲ୍ୟାଣ୍ଡ୍ସକୁ ୮୩ ରନରେ ପରାସ୍ତ କରିଛି । ପୂର୍ବରୁ ସୁପର-୮ ଦୌଡ଼ରୁ ବାଦ୍ ପଡ଼ିଥିବ ଶ୍ରୀଲଙ୍କା ଏହି ସାନ୍ତ୍ଵନା ମୂଳକ ବିଜୟ ସହ ଟି-୨୦ ବିଶ୍ୱକପ୍ ଅଭିଯାନ ଶେଷ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରିତ ହେବା ପରେ ଶ୍ରୀଲଙ୍କା କୁସାଲ ମେଣ୍ଡିସ (୪୬) ଏବଂ ଚରିଥ ଆସାଲଙ୍କା (୪୬)ଙ୍କ ଉପଯୋଗୀ ଇନିଂସ ସହାୟତାରେ ୬ ୱିକେଟ୍ ହରାଇ ୨୦୧ ରନ୍ [...]
ଗ୍ରସ୍ ଆଇସଲେଟ୍ (ସେଣ୍ଟ୍ ଲୁସିଆ): ଶ୍ରୀଲଙ୍କା ଗ୍ରୁପ୍ ପର୍ଯ୍ୟାୟର ଶେଷ ମ୍ୟାଚ୍ ରେ ସୋମବାର ନେଦରଲ୍ୟାଣ୍ଡ୍ସକୁ ୮୩ ରନରେ ପରାସ୍ତ କରିଛି । ପୂର୍ବରୁ ସୁପର-୮ ଦୌଡ଼ରୁ ବାଦ୍ ପଡ଼ିଥିବ ଶ୍ରୀଲଙ୍କା ଏହି ସାନ୍ତ୍ଵନା ମୂଳକ ବିଜୟ ସହ ଟି-୨୦ ବିଶ୍ୱକପ୍ ଅଭିଯାନ ଶେଷ କରିଛି।
ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରିତ ହେବା ପରେ ଶ୍ରୀଲଙ୍କା କୁସାଲ ମେଣ୍ଡିସ (୪୬) ଏବଂ ଚରିଥ ଆସାଲଙ୍କା (୪୬)ଙ୍କ ଉପଯୋଗୀ ଇନିଂସ ସହାୟତାରେ ୬ ୱିକେଟ୍ ହରାଇ ୨୦୧ ରନ୍ କରିଥିଲା।
ଏହାର ଜବାବରେ ନେଦରଲ୍ୟାଣ୍ଡ୍ସ ଦଳ ୧୬.୪ ଓଭରରେ ୧୧୮ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଶ୍ରୀଲଙ୍କା ତରଫରୁ ନୁୱାନ୍ ଥିଶାରା ୨୪ ରନ୍ ବିନିମୟରେ ୩ଟି ୱିକେଟ୍ ନେଇଥିଲେ।
Four Killed In Tractor-Car-Truck Accident in Nuapada
Next Articleକାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ୫ ମୃତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
