ସୁରମା ପାଢୀ ହେଲେ ବିଧାନସଭା ବାଚସ୍ପତି
ଭୁବନେଶ୍ୱର – ନବଗଠିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ବିଜେପି ବିଧାୟିକା ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । ଆଜି ଗୃହରେ ଏ ନେଇ ଔପଚାରିକ ଭାବେ ଘୋଷଣା କରାଯାଇଛି। ବାଚସ୍ପତି ପ୍ରାର୍ଥୀ ଭାବେ ସୁରମା ଏକମାତ୍ର ପ୍ରାର୍ଥୀ ଭାବେ ଗତକାଲି ନାମାଙ୍କନ ପତ୍ର ଦାଖଲ କରିଥିଲେ। ସୁରମାଙ୍କୁ ସର୍ବସମ୍ମତିକ୍ରମେ ବାଚସ୍ପତି ଭାବେ ନିର୍ବାଚିତ କରିବାକୁ ଗୃହରେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ ପ୍ରସ୍ତାବ ଆଗତ କରିଥିଲେ । ପ୍ରସ୍ତାବକୁ ସଂସଦୀୟ ବ୍ଯାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ [...]
ଭୁବନେଶ୍ୱର – ନବଗଠିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ବିଜେପି ବିଧାୟିକା ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । ଆଜି ଗୃହରେ ଏ ନେଇ ଔପଚାରିକ ଭାବେ ଘୋଷଣା କରାଯାଇଛି। ବାଚସ୍ପତି ପ୍ରାର୍ଥୀ ଭାବେ ସୁରମା ଏକମାତ୍ର ପ୍ରାର୍ଥୀ ଭାବେ ଗତକାଲି ନାମାଙ୍କନ ପତ୍ର ଦାଖଲ କରିଥିଲେ।
ସୁରମାଙ୍କୁ ସର୍ବସମ୍ମତିକ୍ରମେ ବାଚସ୍ପତି ଭାବେ ନିର୍ବାଚିତ କରିବାକୁ ଗୃହରେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ ପ୍ରସ୍ତାବ ଆଗତ କରିଥିଲେ । ପ୍ରସ୍ତାବକୁ ସଂସଦୀୟ ବ୍ଯାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସମର୍ଥନ କରିଥିଲେ । ସୁରମା ନିର୍ଦ୍ବନ୍ଦ୍ବରେ ବାଚସ୍ପତି ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିବା ନେଇ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ଘୋଷଣା କରିବା ପରେ ଗୃହର ସଦସ୍ଯଙ୍କ ଉପସ୍ଥିତିରେ ଦାୟିତ୍ବ ଗ୍ରହଣ କରିବା ସହ ଆସନ ଅଳଙ୍କୃତ କରିଥିଲେ ସୁରମା । ଓଡ଼ିଶା ବିଧାନସଭା ଇତିହାସରେ ସୁରମା ପାଢ଼ୀ ହେଉଛନ୍ତି ଦ୍ୱିତୀୟ ମହିଳା ବାଚସ୍ପତି। ପୂର୍ବରୁ ନବୀନ ସରକାରରେ ପ୍ରମିଳା ମଲ୍ଲିକ ପ୍ରଥମ ମହିଳା ବାଚସ୍ପତି ହୋଇଥିଲେ ।
ଟି-୨୦ ବିଶ୍ୱକପ: ସଲ୍ଟଙ୍କ ବିସ୍ଫୋରକ ଇନିଂସ୍, ୱେଷ୍ଟଇଣ୍ଡିଜକୁ ୮ ୱିକେଟରେ ହରାଇଲା ଇଂଲଣ୍ଡ
Next ArticleSurama Padhy Unanimously Elected as Speaker of Odisha Assembly
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
