ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ , ଲୋକାଭିମୁଖୀ ବଜେଟ୍ ପାଇଁ ପରାମର୍ଶ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ ରାଜ୍ୟ ଯୋଜନା ବଜେଟରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ବୋଲି ସେ କହିଥିଲେ। ଯୋଜନାଗୁଡିକ ଯେପରି ତୃଣମୂଳ ସ୍ତରରେ ଠିକ୍ ଭାବରେ ପହଞ୍ଚିବ ଓ ଲୋକ ଏହାର [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି।
ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ ରାଜ୍ୟ ଯୋଜନା ବଜେଟରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ବୋଲି ସେ କହିଥିଲେ। ଯୋଜନାଗୁଡିକ ଯେପରି ତୃଣମୂଳ ସ୍ତରରେ ଠିକ୍ ଭାବରେ ପହଞ୍ଚିବ ଓ ଲୋକ ଏହାର ସୁଫଳ ପାଇବେ ସେ ଉପରେ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକରେ ମୁଖ୍ୟମନ୍ତ୍ରୀ ଖଣିଜ ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ବ ଦେଇ ଏହି ପାଣ୍ଠି ସହାୟତାରେ ଖଣି ଅଞ୍ଚଳର ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ଜିଲ୍ଲା ସ୍ଥିତ ମେଡିକାଲ କଲେଜ ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ଉପରେ ସେ ଗୁରୁତ୍ଵ ଦେଇଥିଲେ।
ଦଳର ସଂକଳ୍ପ ଅନୁଯାୟୀ ଉତ୍ତର ଓଡ଼ିଶା ଉନ୍ନୟନ ପରିଷଦ ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ପ୍ରସ୍ତୁତ କରି ଅନୁଧ୍ୟାନ କରି ପ୍ରସ୍ତାବ ଦେବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ସଂକଳ୍ପ ପତ୍ରର ସବୁ ପ୍ରମୁଖ ପ୍ରତିଶ୍ରୁତି ଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।
ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଯୋଜନା ଓ ସଂଯୋଜନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କୁ ବିଭାଗର କାର୍ଯ୍ୟାବଳୀ ସମ୍ବନ୍ଧରେ ବିଶଦ ଭାବରେ ଅବଗତ କରାଇ ଥିଲେ।
Odisha Govt to Soon Launch Bus Services to Prominent Religious Places
Next ArticleHousing & Urban Development Minister Emphasizes on Teamwork to Provide Better Services to Urban People
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
