ପ୍ୟାରିସ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ହକି ଦଳରେ ଓଡ଼ିଶାର ଅମିତ ରୋହିଦାସ
ଭୁବନେଶ୍ୱର – ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷଣା କରାଯାଇଛି। ଘୋଷିତ ୧୬ ଜଣିଆ ଦଳର ନେତୃତ୍ଵ ନେବେ ହରମନପ୍ରୀତ ସିଂହ। ହାର୍ଦ୍ଦିକ ସିଂହ ଦଳର ଉପଅଧିନାୟକ ଅଛନ୍ତି। ଦଳରେ ୫ ଜଣ ନବାଗତଙ୍କୁ ସ୍ଥାନ ଦିଆଯାଇଥିବା ବେଳେ ଗତଥରର ଅଲିମ୍ପିକ୍ସରେ ଭାଗ ନେଇଥିବା ଦଳର କିଛି ବରିଷ୍ଠ ଖେଳାଳିଙ୍କୁ ମଧ୍ୟ ଏଥର ଦଳରେ ସାମିଲ କରାଯାଇଛି । ଓଡ଼ିଶାର ଏକମାତ୍ର ଖେଳାଳି ଭାବେ ଅମିତ ରୋହିଦାସ ଦଳରେ ସ୍ଥାନ ପାଇଛନ୍ତି। ୨୦୨୦ ଟୋକିଓ [...]
ଭୁବନେଶ୍ୱର – ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷଣା କରାଯାଇଛି। ଘୋଷିତ ୧୬ ଜଣିଆ ଦଳର ନେତୃତ୍ଵ ନେବେ ହରମନପ୍ରୀତ ସିଂହ। ହାର୍ଦ୍ଦିକ ସିଂହ ଦଳର ଉପଅଧିନାୟକ ଅଛନ୍ତି। ଦଳରେ ୫ ଜଣ ନବାଗତଙ୍କୁ ସ୍ଥାନ ଦିଆଯାଇଥିବା ବେଳେ ଗତଥରର ଅଲିମ୍ପିକ୍ସରେ ଭାଗ ନେଇଥିବା ଦଳର କିଛି ବରିଷ୍ଠ ଖେଳାଳିଙ୍କୁ ମଧ୍ୟ ଏଥର ଦଳରେ ସାମିଲ କରାଯାଇଛି । ଓଡ଼ିଶାର ଏକମାତ୍ର ଖେଳାଳି ଭାବେ ଅମିତ ରୋହିଦାସ ଦଳରେ ସ୍ଥାନ ପାଇଛନ୍ତି। ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଥିଲା ।
ଏଥର ଅଲିମ୍ପିକ୍ସ ହକିରେ ଭାରତ ପୁଲ୍ ବି ରେ ସ୍ଥାନ ପାଇଛି ।ଗତଥରର ଚାମ୍ପିଅନ ବେଲଜିୟମ, ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ନ୍ୟୁଜିଲାଣ୍ଡ ଓ ଆୟର୍ଲାଣ୍ଡ ଏହି ଗ୍ରୁପରେ ଅଛନ୍ତି।
ନିଶା ଦ୍ରବ୍ୟକୁ ନାଁ, ସୁସ୍ଥ ଜୀବନକୁ ହଁ
Next ArticleOdisha’s Amit Rohidas Included in Indian Men’s Hockey Squad for Paris Olympics 2024
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
