ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ
ଭୁବନେଶ୍ୱର – ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗର ଓସ୍କାନ୍ ହଲ୍ରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବିଭାଗୀୟ ସଚିବ ରାଜ୍ୟର ସମସ୍ତ ଗ୍ରାମ୍ୟ ଉନ୍ନୟନ ଡିଭିଜନ୍ର କାର୍ଯ୍ୟର ସମୀକ୍ଷା କରିଥିଲେ । ସମସ୍ତ ସର୍କଲ ଓ ଡିଭିଜନ୍ର ବିଭାଗୀୟ ଅଧିକାରୀମାନେ ଆଭାସି ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ସାମିଲ ହୋଇ ନିର୍ମାଣାଧୀନ ସମସ୍ତ [...]
ଭୁବନେଶ୍ୱର – ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗର ଓସ୍କାନ୍ ହଲ୍ରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବିଭାଗୀୟ ସଚିବ ରାଜ୍ୟର ସମସ୍ତ ଗ୍ରାମ୍ୟ ଉନ୍ନୟନ ଡିଭିଜନ୍ର କାର୍ଯ୍ୟର ସମୀକ୍ଷା କରିଥିଲେ । ସମସ୍ତ ସର୍କଲ ଓ ଡିଭିଜନ୍ର ବିଭାଗୀୟ ଅଧିକାରୀମାନେ ଆଭାସି ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ସାମିଲ ହୋଇ ନିର୍ମାଣାଧୀନ ସମସ୍ତ ପ୍ରକଳ୍ପର ସ୍ଥିତି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଦିଗଗୁଡ଼ିକ ବିଷୟରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲେ ।
ସମୀକ୍ଷା ବୈଠକ ପ୍ରାରମ୍ଭରେ ପ୍ରମୁଖ ଶାସନ ସଚିବ ୨୦୨୪-୨୫ ଆର୍ଥକ ବର୍ଷର ପ୍ରଥମ ୧୦୦ ଦିନ ମଧ୍ୟରେ କାର୍ଯ୍ୟାନ୍ଵୟନ ପ୍ରକଳ୍ପର ସମୀକ୍ଷା କରିଥିଲେ । ଉକ୍ତ ପ୍ରକଳ୍ପଗୁଡ଼ିକର ସ୍ଥିତି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଦିଗଗୁଡ଼ିକର ସମୀକ୍ଷା କରାଯାଇଥିଲା । ଏହା ପରେ ଆଗାମୀ ୧୦୦ ଦିନ ମଧ୍ୟରେ କେଉଁ ସମସ୍ତ ପ୍ରକଳ୍ପର କାର୍ଯ୍ୟାନ୍ଵୟନ ହେବ ସେ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଉକ୍ତ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରତିଟି ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବା ସହ ନିର୍ମାଣର ଗୁଣବତ୍ତା ଉପରେ ଗୁରୁତ୍ଵ ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।ଏଥି ସହିତ ଶତପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ବାକି ରହିଥିବା ଟେଣ୍ଡର ପ୍ରକ୍ରିୟା ଯଦି କିଛି ରହିଥାଏ ତା’କୁ ଶେଷ କରିବାକୁ କହିଥିଲେ । ସେହିପରି ବିଜୁ ସେତୁ ଯୋଜନା ଅଧୀନରେ ବିଭିନ୍ନ ଜିଲ୍ଲାରେ ଚାଲୁ ରହିଥିବା ପ୍ରକଳ୍ପଗୁଡିକର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିବା ସହ ଆପ୍ରୋଚ ରୋଡଗୁଡିକୁ ଯଥା ସମୟରେ ସାରିବାକୁ ବୈଠକରେ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲା । ନିର୍ବାହୀ ଯନ୍ତ୍ରୀମାନେ ପ୍ରକଳ୍ପର ଫିଜିବିଲିଟି ରିପୋର୍ଟ ପ୍ରଦାନ କରିବା ସମୟରେ କେଉଁ ଯୋଜନା ଏବଂ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହେଇପାରୁଛି ସେଗୁଡିକୁ ଅନୁଧ୍ୟାନପୂର୍ବକ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ୨୦୨୧-୨୨ ଆର୍ଥକ ବର୍ଷ ପୂର୍ବରୁ ବାକି ରହିଥିବା ପ୍ରକଳ୍ପଗୁଡିକର ଅଗ୍ରଗତି ସମ୍ବନ୍ଧରେ ବୁଝିବା ସହ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପଗୁଡିକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧୀନରେ ଚାଲୁ ରହିଥିବା ପ୍ରକଳ୍ପଗୁଡିକୁ ଅଗ୍ରାଧିକାର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଚାଲୁ ରହିଥିବା ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ଜରୁରୀ ବୋଲି ବିଭାଗୀୟ ସଚିବ କହିଥିଲେ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ଅଧୀନରେ ସମ୍ପୂର୍ଣ୍ଣ ହୋଇଥିବା ରାସ୍ତାଗୁଡିକର ନିୟମିତ ଓ ସାମୟିକ ରକ୍ଷଣାବେକ୍ଷଣ ନିମନ୍ତେ ସମ୍ପୃକ୍ତ ସଂସ୍ଥାଗୁଡିକ ସହିତ ବୁଝାମଣା କରି କାର୍ଯ୍ୟ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ । ପ୍ରକଳ୍ପ କାର୍ଯ୍ୟ ସମୟରେ ଜମି ଅଧିଗ୍ରହଣରେ ଉପୁଜୁ ଥିବା ସମସ୍ୟା, ବିଶେଷ କରି ଜଙ୍ଗଲ ଜମିଗୁଡିକ ପାଇଁ ଔପଚାରିକତା ସମ୍ପୂର୍ଣ୍ଣ କରି ବିଭାଗକୁ ଜଣାଇବାକୁ ସଚିବ ନିର୍ଦ୍ଦେଶ ଦେଇଥିଲେ ।
ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମ୍ପର୍କରେ ଆଲୋଚନା କରାଯାଇଥିଲା । ପ୍ରତ୍ୟେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ପଚାରି ବୁଝିଥିଲେ ।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶୁଭଙ୍କର ମହାପାତ୍ର, ସ୍ୱତନ୍ତ୍ର ଶାସନ ସଚିବ ସୁଦର୍ଶନ ପରିଡ଼ାଙ୍କ ସମେତ ସମସ୍ତ ବରିଷ୍ଠ ପଦାଧିକାରୀ ଯୋଗଦେଇଥିଲେ ।
Odisha: Fake Doctor Detained from Rourkela Govt Hospital
Next Articleପାନୀୟ ଜଳ ସମ୍ପର୍କରେ ସମୀକ୍ଷା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
