ମହାନଦୀ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର : ବିଜେଡି
ଭୁବନେଶ୍ୱର – ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀରେ ଦେବୀ ପ୍ରସାଦ ମିଶ୍ର କହିଛରି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି । ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ [...]
ଭୁବନେଶ୍ୱର – ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀରେ ଦେବୀ ପ୍ରସାଦ ମିଶ୍ର କହିଛରି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି । ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ତତ୍କାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତ୍ୱେ ମଧ୍ୟ କୈାଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା। ସେତେବେଳେ ଓଡିଶାର ସ୍ୱାର୍ଥକୁ ସଂପୂର୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର।
ଛତିଶଗଡର ଅନଧିକାର ବ୍ୟାରେଜ୍ ନିର୍ମାଣ ବିରୋଧରେ ସମସ୍ତ ଫୋରମରେ ଆଲୋଚନା ପରେ ଯେତେବେଳେ ସୁଫଳ ମିଳିଲାନି, ସେତେବେଳେ ରାଜ୍ୟ ସରକାର ସମାଧାନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ତ ହେଲେ। ଟ୍ରିବ୍ୟୁନାଲ ଗଠନରେ ମଧ୍ୟ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଶେଷରେ ମହାନଦୀ ଟ୍ରିବ୍ୟୁନାଲ ଗଠନ ହେଲା। ଏଥିରେ ଓଡିଶା ପକ୍ଷରୁ ସମସ୍ତ ଦଲିଲ୍ ଉପସ୍ଥାପନ କରାଯାଇ ପକ୍ଷ ରଖାଯାଇଛି। ଟ୍ରିବ୍ୟୁନାଲର ଅବଧି ଏବେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ବଢାଯାଇଛି।
ମହାନଦୀ ପାଇଁ ଓଡିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି । ହେଲେ କେନ୍ଦ୍ର ନୀରବଦ୍ରଷ୍ଟା ସାଜି ସେତେବେଳେ ଛତିଶଗଡରେ ଥିବା ବିଜେପି ସରକାରକୁ ସୁହାଇଲା ଭଳି କାର୍ଯ୍ୟ କରିଥିଲା । ତେଣୁ ମହାନଦୀକୁ ନେଇ ଓଡିଶା ସରକାର କିଛି କରିନଥିଲେ । ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ବିଜେଡିର ଉପସଭାପତି କହିଛନ୍ତି।
ଆଳିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଥିଲେ, ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ। ଡବଲ ଇଂଜିନ ସରକାରରେ ପ୍ରଗତି ଦୁଇଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ। ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଂଜିନ୍ ସରକାର ରହିଛି। କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପିର ସରକାର। ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ। ରାଜସ୍ୱ ମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ, କାରଣ ମହାନଦୀରେ ପାଣି ନଆସିବା ଦ୍ବାରା ସେମାନେ ବି ପ୍ରଭାବିତ ହେଉଛନ୍ତି ।
Odisha Minister Emphasizes on Urban Infra and Drinking Water Supply
Next ArticleCries for Odisha Unit Congress President’s Resignation Grow Louder
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
