ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅନବସର ସମୟରେ ଲାଗି ହେଉଛି ପଣା ଭୋଗ
ପୁରୀ: ଅଣସର ଘରେ ଜରରେ ପଡ଼ିଥିବା ଠାକୁରମାନଙ୍କର ଚାଲିଛି ପଣାଭୋଗ l ବ୍ରହ୍ମା ଇନ୍ଦ୍ରଦ୍ୟୁମ୍ନଙ୍କୁ କହିଛନ୍ତି, ହେ ରାଜା ! ଅଣସର ଘରେ ବିଦ୍ୟାପତି ବଂଶର ସେବକମାନେ ପନ୍ଦରଦିନ ଧରି କର୍ପୂର ମିଶା ମିଶ୍ରିପଣା ବିଷ୍ଣୁଙ୍କୁ ଭୋଗ ଲଗାଇ ପୂଜା କରିବେ l ମିଶ୍ରିପଣାରେ କ୍ଷୀର-ସର ମିଶାଇ, ପରଂବ୍ରହ୍ମଙ୍କୁ ଚିନ୍ତା କରି ସମର୍ପଣ କରିବେ l ଆମେ ଯେପରି ଜର ହେଲେ ସାଗୁ, ବାର୍ଲି ଆଦି ତରଳ ଖାଦ୍ୟ ଖାଇଥାଉ, ଏହା ସେହିପରି ବ୍ୟବସ୍ଥା l ଏହି [...]
ପୁରୀ: ଅଣସର ଘରେ ଜରରେ ପଡ଼ିଥିବା ଠାକୁରମାନଙ୍କର ଚାଲିଛି ପଣାଭୋଗ l ବ୍ରହ୍ମା ଇନ୍ଦ୍ରଦ୍ୟୁମ୍ନଙ୍କୁ କହିଛନ୍ତି, ହେ ରାଜା ! ଅଣସର ଘରେ ବିଦ୍ୟାପତି ବଂଶର ସେବକମାନେ ପନ୍ଦରଦିନ ଧରି କର୍ପୂର ମିଶା ମିଶ୍ରିପଣା ବିଷ୍ଣୁଙ୍କୁ ଭୋଗ ଲଗାଇ ପୂଜା କରିବେ l ମିଶ୍ରିପଣାରେ କ୍ଷୀର-ସର ମିଶାଇ, ପରଂବ୍ରହ୍ମଙ୍କୁ ଚିନ୍ତା କରି ସମର୍ପଣ କରିବେ l ଆମେ ଯେପରି ଜର ହେଲେ ସାଗୁ, ବାର୍ଲି ଆଦି ତରଳ ଖାଦ୍ୟ ଖାଇଥାଉ, ଏହା ସେହିପରି ବ୍ୟବସ୍ଥା l
ଏହି ସମୟର ଅଣସର ତାଟି ଭିତରେ ଥିବା ଠାକୁରମାନେ ଅସୁସ୍ଥ ଥିବାରୁ, ସେମାନେ ସଂକ୍ଷିପ୍ତ ଶୁକ୍ଳବସ୍ତ୍ର ପରିଧାନ କରିଥାଆନ୍ତି ଏବଂ ସେମାନଙ୍କୁ କେବଳ ଶୁକ୍ଳ ଫୁଲ ଲାଗି ହୋଇଥାଏ l ଏହାର ବିଧି ଓ ନିଷେଧ ସଂପର୍କରେ ‘ନୀଳାଦ୍ରି ମହୋଦୟ’ରେ କୁହାଯାଇଛି – ହେ ରାଜା ! ଯେତେ ଶ୍ରଦ୍ଧା ଭକ୍ତି ଥିଲେ ମଧ୍ୟ ପ୍ରଭୁଙ୍କ ଶ୍ରୀଅଙ୍ଗର ମାଳ ଚନ୍ଦନ ଆଦି ନିର୍ମାଲ୍ୟ କଦାପି ବାହାରକୁ ନେବ ନାହିଁ l
ଏ ପ୍ରସଙ୍ଗରେ ଉଲ୍ଲେଖନୀୟ ଯେ ଏହି କ୍ଷୀର-ସର ମିଶା ମିଶ୍ରିପଣା ପତି ମହାପାତ୍ର ସେବକ ଅଣସର ତାଟି ଭିତରେ ଦାରୁଦେବତାମାନଙ୍କୁ ସମର୍ପଣ କରନ୍ତି l ପରେ ଦଇତାସେବକମାନେ ସେହି ଭୋଗରେ ଅଧିକ କ୍ଷୀର-ସର ଓ ମିଶ୍ରି ମିଶାଇ, ତାହାକୁ ଭକ୍ତମାନଙ୍କୁ ବିତରଣ କରିଥାଆନ୍ତି l ଏହା ‘ଅଣସର ପଣା’ ଭାବରେ ପ୍ରସିଦ୍ଧ l
ପ୍ରତିବର୍ଷ ଅଣସର ବେଳେ, ଏହି ପଣା ପାଇବାକୁ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ପରିଲକ୍ଷିତ ହୋଇଥାଏ l କିନ୍ତୁ ଅଣସର ତାଟି ଭିତରର ପ୍ରକୃତ ଗୁପ୍ତସେବା ଅତ୍ୟନ୍ତ ରହସ୍ୟମୟ l
ଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
Next Articleମୁଖ୍ୟ ଶାସନ ସଚିବ ପଦରୁ ଆଜି ଅବସର ନେବେ ପ୍ରଦୀପ ଜେନା, ଦାୟିତ୍ବ ସମ୍ଭାଳିବେ ମନୋଜ ଆହୁଜା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
