ମୁଖ୍ୟ ଶାସନ ସଚିବ ପଦରୁ ଆଜି ଅବସର ନେବେ ପ୍ରଦୀପ ଜେନା, ଦାୟିତ୍ବ ସମ୍ଭାଳିବେ ମନୋଜ ଆହୁଜା
ଭୁବନେଶ୍ବର – ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି। ତାଙ୍କ ପରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜା । ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ୨୦୨୩ ମାର୍ଚ୍ଚ ୧ ରେ ଦାୟିତ୍ବ ନେଇଥିଲେ। ସେ ହେଉଛନ୍ତି ୧୯୮୯ ବ୍ୟାଚ୍ର ଆଇଏଏସ ଅଫିସର । ୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା [...]
ଭୁବନେଶ୍ବର – ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି। ତାଙ୍କ ପରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜା ।
ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ୨୦୨୩ ମାର୍ଚ୍ଚ ୧ ରେ ଦାୟିତ୍ବ ନେଇଥିଲେ। ସେ ହେଉଛନ୍ତି ୧୯୮୯ ବ୍ୟାଚ୍ର ଆଇଏଏସ ଅଫିସର ।
୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ପ୍ରଦୀପ, ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ। ସେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଏବଂ ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ଆଇଟି ଓ ଶକ୍ତି ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ମୁଖ୍ୟ ଶାସନ ସଚିବ ହେବା ପୂର୍ବରୁ ସେ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସଆରସି) ଓ ଉନ୍ନୟନ କମିଶନର ଭାବରେ ଦାୟିତ୍ୱରେ ରହିଥିଲେ। ପ୍ରଦୀପ ମୁଖ୍ୟ ଶାସନ ସଚିବ ପଦ ସହିତ ମୁଖ୍ୟ ଉନ୍ନୟନ କମିଶନର ଦାୟିତ୍ୱରେ ମଧ୍ୟ ଥିଲେ।
ଗତବର୍ଷ ଡିସେମ୍ବର ଶେଷରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିଲା । ହେଲେ ତତ୍କାଳୀନ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି କରିଥିଲେ ।
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅନବସର ସମୟରେ ଲାଗି ହେଉଛି ପଣା ଭୋଗ
Next Articleମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେଲେ ମନୋଜ ଆହୁଜା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
