न्यूज़रूम ओडिशा
ब्रेकिंग
ओडिया समाचार

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେଲେ ମନୋଜ ଆହୁଜା

ଭୁବନେଶ୍ବର – ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା। ଲୋକସେବା ଭବନରେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ମନୋଜ ଆହୁଜା। କେନ୍ଦ୍ର ସରକାରରେ କୃଷି ସଚିବ ଏବଂ ଚାଷୀ କଲ୍ୟାଣ ସଚିବ ଭାବେ କାର୍ଯ୍ୟରତ ଥିଲେ ମନୋଜ ଆହୁଜା। ମନୋଜ ଆହୁଜା ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର। [...]

Admin•30 जून 2024
Share Article:
ଭୁବନେଶ୍ବର – ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା। ଲୋକସେବା ଭବନରେ  ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ମନୋଜ ଆହୁଜା।
    କେନ୍ଦ୍ର ସରକାରରେ କୃଷି ସଚିବ ଏବଂ ଚାଷୀ କଲ୍ୟାଣ ସଚିବ ଭାବେ କାର୍ଯ୍ୟରତ ଥିଲେ ମନୋଜ ଆହୁଜା। ମନୋଜ ଆହୁଜା ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର। ସେ ପଟିଆଲାସ୍ଥିତ ଥାପର ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜିରୁ ଡିଗ୍ରୀ, ଚଣ୍ଡିଗଡ଼ର ପଞ୍ଜାବ ବିଶ୍ୱବିଦ୍ୟାଳୟରୁ ଏମବିଏ ଏବଂ ଆମେରିକାର ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରୁ ପବ୍ଲିକ ଆଡମିନିଷ୍ଟ୍ରେସନ (ଇଣ୍ଟରନ୍ୟାସନାଲ ଡେଭଲପମେଣ୍ଟ)ରେ ମାଷ୍ଟର୍ସ ଡିଗ୍ରୀ ହାସଲ କରିଛନ୍ତି ।
   ନୂଅ ନିଯୁକ୍ତି ପୂର୍ବରୁ ସେ ଭାରତ ସରକାରଙ୍କ ସଚିବ ପାହ୍ୟାରେ ଶିକ୍ଷା ମନ୍ତ୍ରାଳୟର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରୁଥିଲେ। ଓଡିଶାରେ ପୂର୍ବରୁ ସେ ବିଭିନ୍ନ ବିଭାଗର ସଚିବ ଏବଂ କମିଶନର ମଧ୍ୟ ଥିଲେ। ପରେ ସେ କେନ୍ଦ୍ରୀୟ ଡେପୁଟେସନରେ ଦିଲ୍ଲୀ ଯାଇଥିଲେ।
#Odia#Odisha#News
Share Article:

Related Articles