ଶ୍ରୀମନ୍ଦିରରେ ପାଳିତ ହୋଇଯାଇଛି ଖଳି ଲାଗି ଏକାଦଶୀ
ଗତକାଲି ଆଷାଢ଼ କୃଷ୍ଣ ଏକାଦଶୀ।ଶ୍ରୀମନ୍ଦିରରେ ପାଳିତ ହୋଇଯାଇଛି ଖଳି ଲାଗି ଏକାଦଶୀ। ଶାସ୍ତ୍ରରେ ଏହି ଏକାଦଶୀ କୁ ଯୋଗିନୀ ଏକାଦଶୀ କୁହାଯାଇଛି। ଶ୍ରୀମନ୍ଦିର ବିଧି ବ୍ୟବସ୍ଥା ଅନୁସାରେ ଏହି ଏକାଦଶୀ କୁ ସ୍ଥାନୀୟ ଭାଷାରେ ଅଣସର ଏକାଦଶୀ ବା ଖଳି ଲାଗି ଏକାଦଶୀ କୁହାଯାଏ। ଏହିଦିନ ଶ୍ରୀଜୀଉ ମାନଙ୍କ ଶ୍ରୀଅଙ୍ଗରେ ସୁବାସିତ ଦ୍ରବ୍ୟ ଲେପନ ଚନ୍ଦନ, କର୍ପୂର, ଚୁଆ, କସ୍ତୁରୀ, କୁଂକୁମ କୁ ମିଶ୍ରଣ କରି ଲାଗି କରାଯାଇଥିଲା। ମହାପ୍ରଭୁ ସୁସ୍ଥ ହୋଇଥିବାରୁ ଏକାଦଶୀ ଠାରୁ ଅଣସର [...]
ଗତକାଲି ଆଷାଢ଼ କୃଷ୍ଣ ଏକାଦଶୀ।ଶ୍ରୀମନ୍ଦିରରେ ପାଳିତ ହୋଇଯାଇଛି ଖଳି ଲାଗି ଏକାଦଶୀ। ଶାସ୍ତ୍ରରେ ଏହି ଏକାଦଶୀ କୁ ଯୋଗିନୀ ଏକାଦଶୀ କୁହାଯାଇଛି। ଶ୍ରୀମନ୍ଦିର ବିଧି ବ୍ୟବସ୍ଥା ଅନୁସାରେ ଏହି ଏକାଦଶୀ କୁ ସ୍ଥାନୀୟ ଭାଷାରେ ଅଣସର ଏକାଦଶୀ ବା ଖଳି ଲାଗି ଏକାଦଶୀ କୁହାଯାଏ। ଏହିଦିନ ଶ୍ରୀଜୀଉ ମାନଙ୍କ ଶ୍ରୀଅଙ୍ଗରେ ସୁବାସିତ ଦ୍ରବ୍ୟ ଲେପନ ଚନ୍ଦନ, କର୍ପୂର, ଚୁଆ, କସ୍ତୁରୀ, କୁଂକୁମ କୁ ମିଶ୍ରଣ କରି ଲାଗି କରାଯାଇଥିଲା। ମହାପ୍ରଭୁ ସୁସ୍ଥ ହୋଇଥିବାରୁ ଏକାଦଶୀ ଠାରୁ ଅଣସର ଘରେ ପୂଜା ସମୟ ରେ ଘଣ୍ଟ ବାଜିବା ସହିତ ନୈବେଦ୍ୟ ରେ ତୁଳସୀ ପତ୍ର ପଡି ଭୋଗ ଲାଗି ହୋଇଥିଲା।
ରାତ୍ରରେ ମହାପ୍ରଭୁଙ୍କ ନୀତି ସମାପନ ପରେ ଶୁଦ୍ଧ ସୁଆର ଯୋଗାଇଥିବା ଖଳି ଶ୍ରୀଅଙ୍ଗରେ ଲାଗି ହୋଇଥିଲା। ଗହମ ଗୁଣ୍ଡ କୁ ଶୁକ୍ଳ ବସ୍ତ୍ରରେ ଛଣାଯାଇ ଖଳି ପ୍ରସ୍ତୁତ ହୋଇଥାଏ। ସେହିପରି ଶଙ୍ଖ କୁ ପୋଡି ତାର ଭସ୍ମ ରେ ଖଡ଼ି ପ୍ରସ୍ତୁତ କରି ଶ୍ରୀଅଙ୍ଗର ଶୋଭା ବର୍ଦ୍ଧନ ପାଇଁ ଲେପନ କରାଯାଏ। ଯାହାକୁ ଶ୍ରୀମନ୍ଦିର ଭାଷାରେ ଖାଳିଲାଗି କୁହାଯାଏ।ଆଜି ମହାପ୍ରଭୁ ସୁସ୍ଥତା ଅନୁଭବ କରିବାରୁ ଶ୍ରୀଜୀଉ ଙ୍କ ପୂଜାରେ ବାଦ୍ୟ ବାଜିବା ସହିତ ପୂଜାରେ ତୁଳସୀ ବ୍ୟବହାର କରାଯିବ।
ଆଜି ସମସ୍ତ ନୀତିକାନ୍ତି ସହିତ ଶୁଦ୍ଧ ସୁଆର ଯୋଗାଇଥିବା ଖଳି ଶ୍ରୀଅଙ୍ଗରେ ଲାଗିହେବା ଦ୍ୱାରା ଶ୍ରୀମୁଖ ଉଜ୍ଜ୍ୱଳ ଦିଶିବ। ଧୀରେ ଧୀରେ ପ୍ରଭୁ ସୁସ୍ଥ ହେଉଥିବାରୁ ତାଙ୍କର ଅଙ୍ଗକାନ୍ତି ସେବା ଆଗକୁ ଆଗକୁ ସେବକମାନେ ନେଉଛନ୍ତି। ଏହି ଏକାଦଶୀ ତାହାର ଏକ ଉପକ୍ରମ ମାତ୍ର
ରଥ ନିର୍ମାଣ କାର୍ଯ୍ୟ: ଚନ୍ଦ୍ର ଶାଳୀରେ ଲାଗିଲା ଧ୍ୱଜବତା
Next ArticleTahasildar, Private Person Nabbed for Taking Bribe in Nayagarh Dist
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
