ହାଥରସ ଦଳାଚକଟା ମୃତ୍ୟୁ ସଂଖ୍ୟା ୧୨୨କୁ ବୃଦ୍ଧି, ଭୋଲେ ବାବାଙ୍କ ପାଦଧୂଳି ପାଇବା ଉଦ୍ୟମରୁ ହୋଇଥିଲା ଦଳାଚକଟା
ହାଥରସ: ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର ସିକନ୍ଦରାଉ ନିକଟରେ ମଙ୍ଗଳବାର ଏକ ସତସଙ୍ଗ କାର୍ଯ୍ୟକ୍ରମରେ ଘଟିଥିବା ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ଏବେ ବି ଅନେକ ଲୋକ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ପିଲା ଅଛନ୍ତି । ଆତ୍ମଘୋଷିତ ଧର୍ମଗୁରୁ ଭୋଲେ ବାବା ଓରଫ୍ ନାରାୟଣ ସାକାର ହରିଙ୍କ ସତସଙ୍ଗ କାର୍ଯ୍ୟକ୍ରମରେ ଏହି ଅଘଟଣ ଘଟିଥିଲା। ଏହି ସତସଙ୍ଗ କାର୍ଯ୍ୟକ୍ରମ ଆଲିଗଡରୁ ଏଟାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୩୪ [...]
ହାଥରସ: ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର ସିକନ୍ଦରାଉ ନିକଟରେ ମଙ୍ଗଳବାର ଏକ ସତସଙ୍ଗ କାର୍ଯ୍ୟକ୍ରମରେ ଘଟିଥିବା ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ଏବେ ବି ଅନେକ ଲୋକ ନିଖୋଜ ଅଛନ୍ତି।
ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ପିଲା ଅଛନ୍ତି । ଆତ୍ମଘୋଷିତ ଧର୍ମଗୁରୁ ଭୋଲେ ବାବା ଓରଫ୍ ନାରାୟଣ ସାକାର ହରିଙ୍କ ସତସଙ୍ଗ କାର୍ଯ୍ୟକ୍ରମରେ ଏହି ଅଘଟଣ ଘଟିଥିଲା। ଏହି ସତସଙ୍ଗ କାର୍ଯ୍ୟକ୍ରମ ଆଲିଗଡରୁ ଏଟାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୩୪ ସନ୍ନିକଟ ସିକନ୍ଦରାଉ ସହରଠାରୁ ପ୍ରାୟ ୪ କିଲୋମିଟର ଦୂରରେ ଥିବା ଫୁଲରାଇ ଗ୍ରାମରେ ଅନୁଷ୍ଠିତ ହୋଇଥିଲା ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ସତସଙ୍ଗ ଶେଷ ହେବା ପରେ ବାବା ନାରାୟଣ ସାକାର ହରିଙ୍କ ପାଦ ଧୂଳି ପାଇବାକୁ ଲୋକଙ୍କ ଧାଁ ଦୌଡ଼ରୁ ଦଳାଚକଟା ହୋଇଥିଲା।
ବାବା ନାରାୟଣ ସାକାର ଉତ୍ତର ପ୍ରଦେଶ ପୋଲିସର ଜଣେ ପୂର୍ବତନ କର୍ମଚାରୀ । ତାଙ୍କ ପ୍ରକୃତ ନାମ ହେଉଛି ସୂରଜ ପାଲ। ୧୯୯୦ରେ ସେ ଚାକିରରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ । ଏହାପରେ ସେ ନିଜ ନାଁ ଭୋଲେ ବାବା ଓରଫ୍ ନାରାୟଣ ସାକାର ହରି ରଖି ପ୍ରବଚନ ଓ ସତସଙ୍ଗ କାର୍ଯ୍ୟରେ ମନୋନିବେଶ କରିଥିଲେ।
ଦଳାଚକଟା ଘଟଣା ପାଇଁ ସତସଙ୍ଗ କାର୍ଯ୍ୟକ୍ରମର ଆୟୋଜକଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି । ହେଲେ ପୋଲିସ ଭୋଲେ ବାବାଙ୍କ ବିରୋଧରେ ମାମଲା ରୁଜୁ କରିନାହିଁ। ୨୦ ହଜାର ଲୋକଙ୍କ ପାଇଁ ପ୍ରଶାସନର ଅନୁମତି ଅଣାଯାଇଥିଲା। ତେବେ ସତସଙ୍ଗ ସ୍ଥଳରେ ପ୍ରାୟ ଲକ୍ଷେ ଲୋକଙ୍କ ସମାଗମ ହୋଇଥିଲା ବୋଲି କୁହାଯାଉଛି।
Tahasildar, Private Person Nabbed for Taking Bribe in Nayagarh Dist
Next ArticleBJP Govt Failing to Control Rising Prices: BJD
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
