न्यूज़रूम ओडिशा
ब्रेकिंग
ओडिया समाचार

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ନବୀନଙ୍କ ଶୋକ

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ ତଥା କାକଟପୁରର ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ବିଜେଡି ସଭାପତି କହିଛନ୍ତି ଯେ, ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ। ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଚ୍ଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ଶୋକବାର୍ତ୍ତାରେ କହିଛନ୍ତି ବିଜେଡି ସଭାପତି। [...]

Admin•5 जुलाई 2024
Share Article:

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ ତଥା କାକଟପୁରର ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ବିଜେଡି ସଭାପତି କହିଛନ୍ତି ଯେ, ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ। ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଚ୍ଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ଶୋକବାର୍ତ୍ତାରେ କହିଛନ୍ତି ବିଜେଡି ସଭାପତି।

ଜଣେ ମନ୍ତ୍ରୀ ଓ ବିଧାୟକ ଭାବେ ତାଙ୍କର ଉଚ୍ଚ କୋଟିର ପ୍ରଦର୍ଶନ ପାଇଁ ଓଡିଶା ରାଜନୀତିରେ ସୁରେନ୍ଦ୍ର ବାବୁ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ। ତାଙ୍କର ପରଲୋକ ରାଜ୍ୟ ପାଇଁ ଓ ବିଜୁ ଜନତା ଦଳ ପାଇଁ ଏକ ବଡ କ୍ଷତି ବୋଲି ନବୀନ ପଟ୍ଟନାୟକ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି।

#Odia#Odisha#News
Share Article:

Related Articles