ବଳଭଦ୍ରଙ୍କ ପହଣ୍ଡି ବେଳେ ଅଘଟଣ ନେଇ ନବୀନଙ୍କ ଉଦବେଗ, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି
ଭୁବନେଶ୍ୱର – ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ଘଟିଥିବା ଅଘଟଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ନିଜର ଉଦବେଗ ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏଭଳି ଘଟଣାର ପୁନରାବୃତ୍ତି ଯେଭଳି ନହେବ, ମୁଖ୍ୟମନ୍ତ୍ରୀ ତାହା ସୁନିଶ୍ଚିତ କରନ୍ତୁ ବୋଲି ନବୀନ ପରାମର୍ଶ ଦେଇଛନ୍ତି। ଏ ଘଟଣାରେ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟଙ୍କ ହାଲୁକା ମନ୍ତବ୍ୟ ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ଵିଗୁଣିତ କରିଛି ବୋଲି ନବୀନ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା [...]
ଭୁବନେଶ୍ୱର – ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ଘଟିଥିବା ଅଘଟଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ନିଜର ଉଦବେଗ ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏଭଳି ଘଟଣାର ପୁନରାବୃତ୍ତି ଯେଭଳି ନହେବ, ମୁଖ୍ୟମନ୍ତ୍ରୀ ତାହା ସୁନିଶ୍ଚିତ କରନ୍ତୁ ବୋଲି ନବୀନ ପରାମର୍ଶ ଦେଇଛନ୍ତି। ଏ ଘଟଣାରେ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟଙ୍କ ହାଲୁକା ମନ୍ତବ୍ୟ ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ଵିଗୁଣିତ କରିଛି ବୋଲି ନବୀନ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି।

ଚିଠିରେ ନବୀନ ଲେଖିଛନ୍ତି ଯେ, ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡିବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ବରଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥ୍ତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ଚାରମାଳରେ ପହଣ୍ଡି
ସମୟରେ ବଡଠାକୁର ମୁହଁ ମାଡି ପଡିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ । ରଥଯାତ୍ରାର ହଜାର ହଜାର
ବର୍ଷର ପରମ୍ପରାରେ ଏଭଳି ଘଟଣା କେବେ ଘଟି ନ ଥିଲା । ଆଖିରେ ଦେଖି ମଧ୍ୟ ଏଭଳି ଅଘଟଣକୁ ବିଶ୍ବାସ କରି
ହେଲାନାହିଁ । ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟ ଯେଭଳି ହାଲୁକା ମନ୍ତବ୍ୟ ଦେଲେ, ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି। ସରକାରଙ୍କର ଏଭଳି ଆଭିମୁଖ୍ୟ ଜଗନ୍ନାଥପ୍ରେମୀଙ୍କୁ ଆଶ୍ୱସ୍ତ କରିବାରେ ସମର୍ଥ ହେଲାନାହିଁ ବୋଲି ନବୀନ ଉଲ୍ଲେଖ କରିଛନ୍ତି।
ଭଜନ ଗାଉ ଗାଉ ହୃଦଘାତରେ ଟଳି ପଡିଲେ ଗଜପତି ଅତିରିକ୍ତ ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
Next ArticleLord Jagannath is Symbol of Odia Asmita, Says Naveen Writes CM Majhi on Adapa Pahandi Mishap of Lord Balabhadra
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
