ଆଜି ଶ୍ରୀ କ୍ଷେତ୍ରରେ ସୁନାବେଶ, ଶ୍ରୀଜଗନ୍ନାଥଙ୍କ ସୁନାବେଶର ଐତିହ୍ୟ
ବିଶ୍ବ ଚିନ୍ତାମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଘୋଷଯାତ୍ରାଙ୍ଗଭୂତ ସୁନାବେଶ ସମସ୍ତଙ୍କପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନା ବେଶ ଅନନ୍ଯ ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ । ମହାପ୍ରଭୁଙ୍କ ସକଳ ବେଶରେ ମାଧୁର୍ଯ୍ୟ ଲାବଣ୍ୟ ପ୍ରକଟିତ ହେଉଥିବା ସ୍ଥଳେ, କେବଳ ସୁନା ବେଶରେ ଐଶ୍ଵର୍ଯ୍ୟ ପ୍ରାବଲ୍ୟ ପରିସ୍ଫୁଟ ହୋଇଥାଏ। ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀବିଗ୍ରହମାନେ ବିଭିନ୍ନ ତିଥିରେ ଯଥା : କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା, ଦଶହରା ପ୍ରଭୃତି [...]
ବିଶ୍ବ ଚିନ୍ତାମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଘୋଷଯାତ୍ରାଙ୍ଗଭୂତ ସୁନାବେଶ ସମସ୍ତଙ୍କପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନା ବେଶ ଅନନ୍ଯ ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ । ମହାପ୍ରଭୁଙ୍କ ସକଳ ବେଶରେ ମାଧୁର୍ଯ୍ୟ ଲାବଣ୍ୟ ପ୍ରକଟିତ ହେଉଥିବା ସ୍ଥଳେ, କେବଳ ସୁନା ବେଶରେ ଐଶ୍ଵର୍ଯ୍ୟ ପ୍ରାବଲ୍ୟ ପରିସ୍ଫୁଟ ହୋଇଥାଏ। ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀବିଗ୍ରହମାନେ ବିଭିନ୍ନ ତିଥିରେ ଯଥା : କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା, ଦଶହରା ପ୍ରଭୃତି ଦିବସମାନଙ୍କରେ ରାଜବେଶ, ରାଜା ରାଜେଶ୍ଵର ଇତ୍ୟାଦି ସୁନାବେଶରେ ସଜ୍ଜିତ ହେଉଥିଲେ ହେଁ ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ଵାର ଠାରେ ଦଣ୍ଡାୟମାନ ଥିବା ତ୍ରିରଥ ଉପରେ ଆକର୍ଷଣୀୟ ସୁନାବେଶ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ ଦର୍ଶନ ଦେଇଥାନ୍ତି ।
ରଥଯାତ୍ରା ଅବସରରେ ସୁନାବେଶ: ଶ୍ରୀଜୀଉ ମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ ।ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।
ଏହି ସୁନାବେଶ ପ୍ରଚଳନର ଇତିହାସ ସମ୍ପର୍କରେ ଜଣାଯାଏ ଯେ, ଓଡ଼ିଆ ଜାତିର ପରମାରାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ର ଦେବତା ରୂପେ ସ୍ଵୀକାର କରି ଏ ରାଜ୍ୟର ରାଜା ମହାରାଜାମାନେ ସ୍ଵୟଂ ରାଉତ ବା ଆଦେଶ ବାହକ ରୂପେ ମହାପ୍ରଭୁଙ୍କ ସେବା ନିର୍ବାହ କରିଥିବା ପ୍ରମାଣ ଶିଳାଲେଖରୁ ମିଳୁଅଛି। ତୃତୀୟ ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଜଗନ୍ନାଥଙ୍କୁ ଉତ୍କଳର ପ୍ରକୃତ ରାଜା ଓ ନିଜକୁ ତାଙ୍କର ଜନୈକ ଅକିଞ୍ଚନ ସେବକ ଭାବେ ସର୍ବପ୍ରଥମେ ଘୋଷଣା କରିଥିଲେ। ପରେ ତାଙ୍କ ପୁତ୍ର ଭାବେ ଲାଙ୍ଗୁଳା ନରସିଂହ ଦେବ (୧୨୩୮- ୧୨୬୬) ମଧ୍ୟ ନିଜକୁ ପୁରୁଷୋତ୍ତମ ପୁତ୍ର ଭାବେ ଅଭିହିତ କରିଥିଲେ। ଭାନୁଦେବ ତୃତୀୟ (୧୩୦୮-୧୩୨୮) ଜଗନ୍ନାଥଙ୍କୁ ରାଜାଧିରାଜ ରୂପେ ସ୍ଵୀକାର କରି ମହାପ୍ରଭୁଙ୍କ ନାମରେ ଅଙ୍କ ଗଣନା ଆରମ୍ଭ କରିଥିଲେ । ସୂର୍ଯ୍ୟବଂଶୀ ରାଜା କପିଳେନ୍ଦ୍ର ଦେବ (୧୪୩୫-୧୪୬୬) ଜଗନ୍ନାଥଙ୍କୁ ଜାତୀୟ ଦେବତା ରୂପେ ପ୍ରଚାରିତ କରି ନିଜକୁ ତାଙ୍କର ସେବକ ଭାବେ ସ୍ଵୀକାର କରିଥିଲେ । ଏପରିକି ଅନଙ୍ଗଭୀନ ଦେବ ଓ ପୁରୁଷୋତ୍ତମ ଦେବ ଜଗନ୍ନାଥଙ୍କୁ ଓଡ଼ିଶାର ରାଜା ରୂପେ ମାନ୍ୟତା ପ୍ରଦାନ ପୂର୍ବକ ଉଭୟ ଦୁଇବର୍ଷ ଧରି ଅଭିଷେକ ହୋଇନଥିଲେ । କେତେକ ଗବେଷକଙ୍କ ମତରେ ରଥ ଉପରେ ଠାକୁରମାନଙ୍କ ଏହି ବେଶର ନାମ ବଡ଼ ବଢା଼ଉ ବେଶ । ବଡ଼ତଢାଉ ବେଶ ମତରେ କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ ı ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ଵାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ଵାରରେ ପହଞ୍ଚିବା ପରେ ବଡ଼ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ ।
ପ୍ରତିବର୍ଷ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସୁନା ବେଶ ଅନୁଷ୍ଠିତ ହୋଇଥାଏ। ଏହି ସୁନା ବେଶ ସାମଗ୍ରୀ ଭଣ୍ଡାର ଘରୁ ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ, ପୋଲିସ, ମନ୍ଦିର ଅଧିକାରୀ ତଥା ଗାରଦ କର୍ମଚାରୀମାନଙ୍କ ସହାୟତାରେ ତିନି ରଥ ଉପରକୁ ଆସିଥାଏ। ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରଭୃତି ସେବକମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥାନ୍ତି।
ଶ୍ରୀଜୀଉମାନଙ୍କ ଅଳଙ୍କାର
ଶ୍ରୀଜଗନ୍ନାଥ:- କିରିଟ, ଶ୍ରୀପୟର, ଶ୍ରୀଭୁଜ, ସ୍ୱର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ, ଓଢିଆଣୀ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ସେବତୀ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି
ଶ୍ରୀବଳଭଦ୍ର:-କିରିଟ, ଶ୍ରୀପୟର,ଶ୍ରୀଭୁଜ,ହଳ ଓ ମୂଷଳ,ଓଢିଆଣୀ,କୁଣ୍ଡଳ,ଚନ୍ଦ୍ରସୂର୍ଯ୍ୟ,ଆଡ଼କାନି
ଘାଗଡ଼ା ମାଳି,କଦମ୍ବ ମାଳି,ବାହାଡ଼ା ମାଳି,ବାଘନଖ ମାଳି,ସେବତୀ,ମାଳି,ତିଳକ,ଚନ୍ଦ୍ରିକା,ଅଳକା,ଝୋବାକଣ୍ଠି,ତ୍ରିଖଣ୍ଡିକା,କମରପଟି।
ଦେବୀସୁଭଦ୍ରା:-କିରୀଟ,ଓଢ଼ିଆଣୀ,କାନ,ଚନ୍ଦ୍ରସୂର୍ଯ୍ୟ
ଘାଗଡ଼ା ମାଳିକଦମ୍ବ ମାଳି,ସେବତୀ ମାଳି,ତଗଡ଼ି-୨ଟି।
ଏହିପରି ଅନେକ ରତ୍ନାଳଙ୍କାର ମହାପ୍ରଭୁଙ୍କର ଲାଗି ହୋଇଥାଏ ।
ଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
Next Articleଭାରତୀୟ ଟି-୨୦ ଦଳର ଅଧିନାୟକ ଦୌଡ଼ରେ ସୂର୍ଯ୍ୟକୁମାର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
