ଫାଇଲେରିଆ ନିରାକରଣ ଅଭିଯାନ
ବରଗଡ: ଷ୍ଟେସନ ପଡା ସ୍ଥିତ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସମୂହ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଯୋଗଦେଇ ପ୍ରଥମେ ଔଷଧ ସେବନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଉପସ୍ଥିତ ଥିବା ସମସ୍ତ ତାଲିମ ପ୍ରାପ୍ତ ଔଷଧ ସେବନ କାରୀଙ୍କୁ (ଆଶା, ଅଙ୍ଗନବାଡି) ସକ୍ରିୟ ଭାବେ ଲୋକଙ୍କୁ ସଚେତନ କରିବା ସହ ବରଗଡ ଜିଲ୍ଲାକୁ ଫାଇଲେରିଆ ମୁକ୍ତ କରିବା ପାଇଁ ନିଷ୍ଠାପର [...]
ବରଗଡ: ଷ୍ଟେସନ ପଡା ସ୍ଥିତ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସମୂହ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଯୋଗଦେଇ ପ୍ରଥମେ ଔଷଧ ସେବନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଉପସ୍ଥିତ ଥିବା ସମସ୍ତ ତାଲିମ ପ୍ରାପ୍ତ ଔଷଧ ସେବନ କାରୀଙ୍କୁ (ଆଶା, ଅଙ୍ଗନବାଡି) ସକ୍ରିୟ ଭାବେ ଲୋକଙ୍କୁ ସଚେତନ କରିବା ସହ ବରଗଡ ଜିଲ୍ଲାକୁ ଫାଇଲେରିଆ ମୁକ୍ତ କରିବା ପାଇଁ ନିଷ୍ଠାପର ଭାବେ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି କାର୍ଯ୍ୟକ୍ରମରେ ଅଗଷ୍ଟ ୧୦ ରୁ ୧୯ ତାରିଖ ମଧ୍ୟରେ ତାଲିମ ପ୍ରାପ୍ତ ଔଷଧ ସେବନ କାରୀ ତଥା ଆଶା, ଅଙ୍ଗନବାଡି ନିଜ ଅଞ୍ଚଳର ଘରଘର ବୁଲି ପରିବାରର ସଦସ୍ୟ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ତଥା ଶିକ୍ଷ୍ୟାନୁଷ୍ଠାନ ଗୁଡିକରେ ସମସ୍ତଙ୍କୁ ଔଷଧ ଖୁଆଇବେ । ଜିଲ୍ଲାର ପ୍ରାୟ ୧୪ ଲକ୍ଷ୍ୟ ଲୋକଙ୍କୁ ଔଷଧ ସେବନ କରାଇବା ଲକ୍ଷ୍ୟ ରଖି ସମୁଦାୟ ୫୨୨୪ ଜଣ ତାଲିମ ପ୍ରାପ୍ତ ଔଷଧ ସେବନକାରୀ, ୪୮୭ ଜଣ ପ୍ରଥମ ସ୍ତରୀୟ ପର୍ଯ୍ୟବେକ୍ଷକ, ୪୮ ଗୋଟି ଦ୍ରୁତ ପ୍ରତିକ୍ରିୟ ଦଳ ନିୟୋଜିତ ଥିବା ବେଳେ ଲୋକଙ୍କ ସୁବିଧା ପାଇଁ ୧୮ ଗୋଟି କୋଣ୍ଟ୍ରୋଲ ରୁମ ଖୋଲାଯାଇଛି ।
ସଭାରେ ଜ଼ିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ, ଡ଼ା. ନିରୁପମା ଷଡ଼ଙ୍ଗୀ, ଜ଼ିଲ୍ଲା ଅତିରିକ୍ତ ଜନସ୍ଵାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡ଼ା. ସାଧୁଚରଣ ଦାଶ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲାଙ୍କ ସମେତ ଜିଲ୍ଲା ପ୍ରକଳ୍ପ ପରିଚାଳକ ଗିରିଜା ପ୍ରସାଦ ମିଶ୍ର, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ତଥା ଆଶା ଓ ଅଙ୍ଗନବାଡି ଉପସ୍ଥିତ ରହି ସମୂହ ଔଷଧ ସେବନ କରିଥିଲେ ।
De Paul School, Berhampur Organizes Science Exhibition, Blood Donation & Dental Health Camp
Next ArticleOdisha CM Thanks PM Modi, Ashwini Vaishnaw for Six New Railway Projects
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
