न्यूज़रूम ओडिशा
ब्रेकिंग
ओडिया समाचार

ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଝୁଲଣ ଯାତ୍ରା

ଶ୍ରାବଣ ଶୁକ୍ଳ ଦଶମୀ ତିଥି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରାର ଶୁଭାରମ୍ଭ ହୋଇଛି । ଶରତ ରାସର ପୂର୍ବାଭାସ ଏହି ଝୁଲଣ ଯାତ୍ରା ହେଉଛି ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣଙ୍କ ବିଳାସମୟ ଦୋଳିଖେଳ । ଭଜନ, କୀର୍ତ୍ତନରେ ଗୁଞ୍ଜରିତ ହୋଇ ଉଠିଛି ମଠ, ମନ୍ଦିର। ତେବେ ମଠ, ମନ୍ଦିର ସଂସ୍କୃତିକୁ ନେଇ ସମୃଦ୍ଧ ଶ୍ରୀକ୍ଷେତ୍ର [...]

Admin•16 अगस्त 2024
Share Article:

ଶ୍ରାବଣ ଶୁକ୍ଳ ଦଶମୀ ତିଥି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରାର ଶୁଭାରମ୍ଭ ହୋଇଛି । ଶରତ ରାସର ପୂର୍ବାଭାସ ଏହି ଝୁଲଣ ଯାତ୍ରା ହେଉଛି ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣଙ୍କ ବିଳାସମୟ ଦୋଳିଖେଳ । ଭଜନ, କୀର୍ତ୍ତନରେ ଗୁଞ୍ଜରିତ ହୋଇ ଉଠିଛି ମଠ, ମନ୍ଦିର। ତେବେ ମଠ, ମନ୍ଦିର ସଂସ୍କୃତିକୁ ନେଇ ସମୃଦ୍ଧ ଶ୍ରୀକ୍ଷେତ୍ର ଝୁଲଣ ଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡିଛି। ବିଭିନ୍ନ ଦେବାଳୟରେ ପ୍ରସ୍ତୁତ ହୋଇଛି ଝୁଲଣ କୁଞ୍ଜ। କୁଞ୍ଜ ପରିସରକୁ ଜରି ଜମ୍ବୁରାରେ ଆକର୍ଷଣୀୟ ଭାବେ ସଜେଇ ଦିଆଯାଇଛି । ଏଥିସହ ବିଭିନ୍ନ ପ୍ରକାର ରଙ୍ଗୀନ ଆଲୋକମାଳାରେ ଝଲସି ଉଠୁଛି କୁଞ୍ଜ ପରିସର। ଏହି ସୁସଜ୍ଜିତ କୁଞ୍ଜରେ ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣ ଦୋଳିରେ ଝୁଳୁଛନ୍ତି ।

ଶ୍ରୀକ୍ଷେତ୍ରରେ ରହିଛି ଅନେକ ପୁରାତନ ମଠ। ପ୍ରାୟ ଅଧିକାଂଶ ମଠରେ ପୂଜା ପାଉଛନ୍ତି ରାଧାକୃଷ୍ଣ। ସଙ୍ଗୀତ, ବାଦ୍ୟ ଓ ନୃତ୍ୟ ମୁଖର ଝୁଲଣ ଯାତ୍ରାରେ ସୁସଜ୍ଜିତ ରାଧା ଦାମୋଦରଙ୍କୁ ଦର୍ଶନ କରିବା ପାଇଁ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁମାନେ ପୁରୀ ଆସିଛନ୍ତି । ବିଶେଷକରି ଶ୍ରୀକ୍ଷେତ୍ରରେ ଜଗନ୍ନାଥ ବଲ୍ଲଭ ମଠ, ନେବଳ ଦାସ ମଠ, ହରିଦାସ ମଠ, ଉତ୍ତରପାର୍ଶ୍ୱ ମଠ, ଜିୟର ସ୍ବାମୀ, ରାଧାବଲ୍ଲଭ ମଠ, ବଡ଼ ଓଡ଼ିଆ ପ୍ରଭୃତି ମଠରେ ବେଶ୍ ଆଡମ୍ବରରେ ଅନୁଷ୍ଠିତ ହେଉଛି ଝୁଲଣ ଯାତ୍ରା । ଏହି ଉପଲକ୍ଷେ ବିଭିନ୍ନ ମଠରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଛି । ବିଭିନ୍ନ ଦିବସରେ ରାଧାକୃଷ୍ଣ, ଲକ୍ଷ୍ମୀ ନାରାୟଣ, ଲକ୍ଷ୍ମୀନୃସିଂହ ଏବଂ ରାମ ଲକ୍ଷ୍ମଣ ସୀତା କୁଞ୍ଜରେ ଦୋଳି ଖେଳୁଛନ୍ତି। ପ୍ରତ୍ୟହ ନିତ୍ୟ ଆଳତୀ ପରେ ପ୍ରଭୁଙ୍କ ପାଇଁ ଝୁଲଣ ଆଳତୀ କରାଯାଉଛି। ଏଥିସହ ସ୍ବତନ୍ତ୍ର ଭୋଗ ମଧ୍ୟ ଲାଗି କରାଯିବ। ପ୍ରତ୍ୟହ ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ଯ୍ୟନ୍ତ ପାଲା, ଦାସକାଠିଆ ଓ ପାରମ୍ପରିକ ଭଜନ ପରିବେଷଣ କରାଯିବ। ଏହାବ୍ୟତୀତ ଅନ୍ୟାନ୍ୟ ମଠ ମନ୍ଦିରରେ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

#Odia#Odisha#News
Share Article:

Related Articles