ପାରମ୍ପରିକ ବିଧାନରେ ପାଳିତ ହୋଇଯାଇଛି ଶ୍ରୀମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମୋତ୍ସବ
ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମୋତ୍ସବ ଶ୍ରୀମନ୍ଦିରରେ ପାଳିତ ହୋଇଥିଲା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ବିଯେ କରିଥିଲେ । ଏହି ଦିନରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଥିଲେ । ପାଟରା ବିଶୋୟୀଙ୍କ ଦ୍ୱାରା ନିର୍ମିତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକମାନେ ଲାଗି କରାଇବା ପରେ ବଡ଼ଠାକୁରଙ୍କ ଜନ୍ମ ଉତ୍ସବ ପାଇଁ ବ୍ୟବସ୍ଥା [...]
ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମୋତ୍ସବ ଶ୍ରୀମନ୍ଦିରରେ ପାଳିତ ହୋଇଥିଲା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ବିଯେ କରିଥିଲେ । ଏହି ଦିନରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଥିଲେ । ପାଟରା ବିଶୋୟୀଙ୍କ ଦ୍ୱାରା ନିର୍ମିତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକମାନେ ଲାଗି କରାଇବା ପରେ ବଡ଼ଠାକୁରଙ୍କ ଜନ୍ମ ଉତ୍ସବ ପାଇଁ ବ୍ୟବସ୍ଥା କରାଯାଇଥିଲା ।
ଶ୍ରୀମନ୍ଦିରରେ ଦ୍ୱିପହର ଭୋଗ ଉଠିବା ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନଙ୍କୁ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ନିଆଯାଇଥିଲା ।
ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହୋଇଥିଲା। ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯାଇଥିଲା । ଏହାପରେ ବିମାନବଡୁ ସେବକମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ବଳଭଦ୍ରଙ୍କ ଜନ୍ମଉତ୍ସବ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଗହ୍ମାମଣ୍ଡା ଭୋଗ ଲାଗି କରାଯାଇଥିଲା ।
Schoolchildren Tie Rakhi to Naveen
Next Articleଗଞ୍ଜାମ ଜିଲ୍ଲା ଚିକିଟିରେ ବିଷାକ୍ତ ମଦର ତାଣ୍ଡବ: ୧୫ରୁ ଅଧିକ ଗୁରୁତର ଅସୁସ୍ଥ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
