ସୁଭଦ୍ରା ଯୋଜନାରେ ଦିନକୁ ମାତ୍ର ୨୭ ଟଙ୍କା : ବହୁ ଆଡମ୍ବରରେ ଲଘୁ କ୍ରିୟା କହିଲା ବିଜେଡି
ଭୁବନେଶ୍ବର: ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ସୁଲତା ଦେଓ କହିଲେ, ଆଜି ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଏସଓପି ଆସିବା ପରେ ବିଜେପିର ସୁଭଦ୍ରା ଯୋଜନାକୁ ନେଇ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ ଦିଗରେ ଚଞ୍ଚକତା କରିଥିବା ଦେଖିବାକୁ ମିଳିଛି ଓ ସୁଭଦ୍ରା ଯୋଜନା ବହୁ ଆଡ଼ମ୍ବରରେ ଲଘୁ କ୍ରିୟାରେ ପରିଣତ ହୋଇଛି। ଉଲ୍ଲେଖଯୋଗ୍ୟ, ରାଜ୍ୟର ଭତ୍ତ ଧାରୀ ମାନଙ୍କ ଭତ୍ତାକୁ ୩୦୦୦ ରୁ ୩୫୦୦ [...]
ଭୁବନେଶ୍ବର: ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ସୁଲତା ଦେଓ କହିଲେ, ଆଜି ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଏସଓପି ଆସିବା ପରେ ବିଜେପିର ସୁଭଦ୍ରା ଯୋଜନାକୁ ନେଇ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ ଦିଗରେ ଚଞ୍ଚକତା କରିଥିବା ଦେଖିବାକୁ ମିଳିଛି ଓ ସୁଭଦ୍ରା ଯୋଜନା ବହୁ ଆଡ଼ମ୍ବରରେ ଲଘୁ କ୍ରିୟାରେ ପରିଣତ ହୋଇଛି।
ଉଲ୍ଲେଖଯୋଗ୍ୟ, ରାଜ୍ୟର ଭତ୍ତ ଧାରୀ ମାନଙ୍କ ଭତ୍ତାକୁ ୩୦୦୦ ରୁ ୩୫୦୦ ଟଙ୍କାକୁ ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇଥିବା ବେଳେ ରାଜ୍ୟ ବଜେଟରେ କେବଳ ୮୦ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଓ ୮୦ ପ୍ରତିଶତରୁ ଉଦ୍ଧ ବିକଳାଙ୍ଗଙ୍କ ଭତ୍ତା ବୃଦ୍ଧି କରିଥିଲେ ହେଁ ରାଜ୍ୟର ପ୍ରାୟ ନବେ ପ୍ରତିଶତ ଭତ୍ତାଧାରୀ ମାନେ ଏହି ସୁବିଧା ପାଇବାରୁ ବଞ୍ଚିତ ହୋଇଛନ୍ତି। ଶ୍ରୀମତୀ ଦେଓ କହିଥିଲେ, ସୁଭଦ୍ରା ଯୋଜନାରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ଦୁଇ ବର୍ଷରେ ପଚାଶ
ହଜାର ଟଙ୍କାର ଭାଉଚର ପ୍ରଦାନ କରାଯିବ ବୋଲି, ବିଜେପି ତରଫରୁ କୁହାଯାଇଥିଲା। ଏହି ଯୋଜନାର ହିତାଓ୍ୱାରୀ ମାନେ, ଦୁଇ ବର୍ଷରେ ପଚାଶ ହଜାର ଟଙ୍କା ଅର୍ଥାତ ମାସିକ ପ୍ରାୟ ୨୧୦୦ ଟଙ୍କା ପାଇବେ ବୋଲି କୁହ ଯାଇଥିଲା। କିନ୍ତୁ, ଆଜି ପ୍ରକାଶିତ ହୋଇଥିବା ଏସଓପିରେ ସ୍ପଷ୍ଟ ହୋଇଛି ଯେ, ଦୁଇ ବର୍ଷରେ ନୁହେଁ ବରଂ ପାଞ୍ଚ ବର୍ଷରେ ପଚାଶ ହଜାର ଟଙ୍କା ମିଳିବ ଯାହାର ଅର୍ଥ ହେଉଛି ମାସକୁ ୨୧୦୦ ଟଙ୍କା ନୁହେଁ ବରଂ ମାତ୍ର ୮୩୩ ଟଙ୍କା ମିଳିବ ବା ଦିନକୁ ମାତ୍ର ୨୭ଟଙ୍କା ମିଳିବ। ବିଜେପି ଶାସିତ ରାଜ୍ୟରେ ଯେଉଁଠି ଆଳୁ ଦର ଚାଳିଶ ଉପରେ ଓ ପିଆଜ ଦର ୫୫ ଟଙ୍କା ରହିଛି, ସେହି ସମୟରେ ମାତ୍ର ୨୭ ଟଙ୍କା ପ୍ରଦାନ ରାଜ୍ୟର ମହିଳାଙ୍କ ଦୁଃଖ ଦୂର କରିବାରେ କେତେଦୂର ସହାୟକ ହେବ ବୋଲି ଶ୍ରୀମତୀ ଦେଓ ପ୍ରଶ୍ନ କରିଥିଲେ। ପ୍ରାୟ ରାଜ୍ୟର
ଭତ୍ତାଧାରିଙ୍କ ପରି ମହିଳା ମାନେ ମଧ୍ୟ ବିଜେପିର ପ୍ରବଂଚନାର ଶିକାର ହୋଇଛନ୍ତି।
ଶ୍ରୀମତୀ ଦେଓ ଆହୁରି କହିଥିଲେ, ଏହି ଏସଓପିରେ କୁହା ଯାଇଛି ଯେ ମାସିକ ୧୫୦୦ ଟଙ୍କା ସରକାରୀ ସହାୟତା ପାଉଥିବା ମହିଳା ମାନେ ମଧ୍ୟ ଏହି ଯୋଜନାରୁ ବଞ୍ଚିତ ହେବେ। ତେଣୁ ଏଥିରୁ ସ୍ପଷ୍ଟ ହେଉଛି ଯେ ରାଜ୍ୟରେ କାର୍ଯ୍ୟରତ ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ସିଆରପି, ଏମବିକେ, ପାଚିକା ଇତ୍ୟାଦି ଏହି ଯୋଜନାରୁ ବଞ୍ଚିତ ହେବେ। ଏସଓପି ପ୍ରକାଶ ପରେ ସ୍ପଷ୍ଟ ହୋଇଛି ଯେ ରାଜ୍ୟର ପ୍ରାୟ କୋଟିଏ ମହିଳା
ଏହି ଯୋଜନାରୁ ବଞ୍ଚିତ ହେବେ।
State Level Local Self Govt. Day to Be Celebrated from This Year in Odisha
Next ArticleBJP Had Given a Guarantee to Give Rs 50K to Each Woman, But Giving Just Rs 5K: Naveen
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
