ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ବୈଠକ
ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କୃଷି ଭବନ ବୋର୍ଡ ରୁମ୍ରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ସମବାୟ କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଯୋଗଦେଇଥିଲେ । ଏହି ବୈଠକରେ ଫଳ, ପନିପରିବା ଓ [...]
ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କୃଷି ଭବନ ବୋର୍ଡ ରୁମ୍ରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ସମବାୟ କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଯୋଗଦେଇଥିଲେ ।
ଏହି ବୈଠକରେ ଫଳ, ପନିପରିବା ଓ ଦ୍ରବ୍ୟର ସଂରକ୍ଷଣ ନିମନ୍ତେ ରାଜ୍ୟର ସମସ୍ତ ଜିଲ୍ଲା ତଥା ସବ୍ଡିଭିଜନ୍ରେ ଶୀତଳ ଭଣ୍ଡାର ଖୋଲାଯିବା ଉପରେ ଆଲୋଚନା ହୋଇଥିଲା । ଓଡ଼ିଶାର ଜଳବାୟୁ ଓ ପାଣିପାଗ ଅନୁଯାୟୀ ଶୀତଳଭଣ୍ଡାରର ସ୍ଥାପନା ଓ ଏହାର ଖର୍ଚ୍ଚ ଆକଳନ ନେଇ ମନ୍ତ୍ରୀ ସିଂହଦେଓ ସେବାପ୍ରଦାନକାରୀ ସଂସ୍ଥା ଓ ବିଶେଷଜ୍ଞମାନଙ୍କଠାରୁ ଅବଗତ ହୋଇଥିଲେ । ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଜଳବାୟୁ ଅନୁକୂଳ ଶୀତଳ ଭଣ୍ଡାର ପ୍ରତିଷ୍ଠା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ପୋଷଣୀୟ ବିକାଶ ନିମନ୍ତେ ଅକ୍ଷୟ ଶକ୍ତି ଓ ସୌରଶକ୍ତିର ବ୍ୟବହାର ଉପରେ ଗୁରୁତ୍ୱ ଦେଉଥିବାରୁ ସୌରଶକ୍ତିଚାଳିତ ଶୀତଳ ଭଣ୍ଡାର ସ୍ଥାପନା ଉପରେ ବୈଠକରେ ଆଲୋଚନା ହୋଇଥିଲା ।
ଶୀତଳ ଭଣ୍ଡାର ପ୍ରତିଷ୍ଠା ନିମନ୍ତେ ସରକାର ୭୦% ପର୍ଯ୍ୟନ୍ତ ରିହାତି ଦେଉଥିବାରୁ ଏହାର ସୁଯୋଗ ଦେଇ ଉଦ୍ୟୋଗୀମାନେ ଶୀତଳ ଭଣ୍ଡାର ପ୍ରତିଷ୍ଠା କରିବା ପାଇଁ ମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରସ୍ତାବ ଦେଇଥିଲେ । ସମବାୟ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଶକ୍ତି ବିଭାଗର ଅଧିକାରୀମାନେ ପୂର୍ବରୁ ସ୍ଥାପନା ହୋଇ ସଫଳତାର ସହ କାର୍ଯ୍ୟ କରୁଥିବା ଶୀତଳଭଣ୍ଡାରଗୁଡ଼ିକୁ ପରିଦର୍ଶନ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ । ପରିଦର୍ଶନ ପରେ ମିଳିଥିବା ତଥ୍ୟକୁ ଭିତ୍ତିକରି ଚାହିଦା ମୁତାବକ ଶୀତଳ ଭଣ୍ଡାର ସ୍ଥାପନା ଦ୍ୱାରା କୃଷକମାନଙ୍କୁ ଆୟବୃଦ୍ଧି ସହ ଅହେତୁକ ଦରଦାମ ବୃଦ୍ଧିକୁ ରୋକାଯାଇପାରିବ ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ ଉଲ୍ଲେଖ କରିଥିଲେ ।
ବୈଠକରେ ବିଭିନ୍ନ ଶୀତଳ ଭଣ୍ଡାର ସେବା ପ୍ରଦାନକାରୀ ସଂସ୍ଥାର ପ୍ରତିନିଧିମାନେ ଅଂଶଗ୍ରହଣ କରି ନିଜ ନିଜ ସଂସ୍ଥାର ସେବା ପ୍ରଦାନ ବାବଦରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।
Bird Flu: Odisha Public Health Director Urges People to Avoid Eating Chicken for Few Days
Next ArticleAska MLA’s Audio Viral Issue: BJD Demands Investigation; MLA Denies His Involvement
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
