ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ସମୀକ୍ଷା: ମଣିଷ-ପ୍ରାଣୀ ସଂଘର୍ଷକୁ କମାଇବା ଉପରେ ଗୁରୁତ୍ବ ପ୍ରଦାନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି । ସମୀକ୍ଷାରେ ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟା ବନ୍ଦ କରିବା ପାଇଁ ଏବଂ ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ୨୦୧୯-୨୦ ବର୍ଷ ଠାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ କାରଣ ଯୋଗୁ ୪୪୪ଟି ହାତୀ ପ୍ରାଣ ହରାଇଛନ୍ତି। [...]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି ।
ସମୀକ୍ଷାରେ ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟା ବନ୍ଦ କରିବା ପାଇଁ ଏବଂ ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି।
୨୦୧୯-୨୦ ବର୍ଷ ଠାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ କାରଣ ଯୋଗୁ ୪୪୪ଟି ହାତୀ ପ୍ରାଣ ହରାଇଛନ୍ତି। ଏହି ସମୟ ମଧ୍ୟରେ ୭୨୯ ଜଣ ବ୍ୟକ୍ତି ମଧ୍ୟ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୁଖ୍ୟମନ୍ତ୍ରୀ ଏଥିରେ ଉଦ୍ବେଗ ପ୍ରକାଶ କରି ମଣିଷ-ପ୍ରାଣୀ ସଂଘର୍ଷ କମାଇବା ପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ପରାମର୍ଶ ଦେଇଥିଲେ ।
ନିଜ ଜୀବନ ପ୍ରତି ଥିବା ଭୟକୁ ଭ୍ରୁକ୍ଷେପ ନ କରି ଜଙ୍ଗଲ ଓ ବନାଖଣ୍ଡର ସୁରକ୍ଷା କାମରେ ନିୟୋଜିତ ବନ କର୍ମଚାରୀ ମାନଙ୍କ ମନୋବଳ ବୃଦ୍ଧି କରିବା ପାଇଁ, ସେମାନଙ୍କ ପାଇଁ ପ୍ରୋତ୍ସାହନ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ଏହାସହିତ ବନୀକରଣ କାର୍ଯ୍ୟକ୍ରମରେ ଗଛ ଗୁଡିକ ଯେପରି ବଞ୍ଚି ରହିବ, ସେଥିପାଇଁ ନିୟମିତ ଭାବରେ ନିରୀକ୍ଷଣ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ ।
ବିଭାଗରେ ଖାଲି ଥିବା ପଦବୀ ସଂପର୍କରେ ହୋଇଥିବା ଆଲୋଚନାରୁ ଜଣାଯାଇଛି ଯେ ବର୍ତ୍ତମାନ ସୁଦ୍ଧା ୧୬୭୭ଟି ବନରକ୍ଷୀ ଓ ୩୧୬ଟି ବନପାଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ କରାଯିବ। ବାକିଥିବା ପଦବୀ ଗୁଡିକ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ ହୋଇଥିବା ‘ଏକ ପେଡ୍ ମା କେ ନାମ୍’ ଅଭିଯାନରେ ବର୍ତ୍ତମାନ ସୁଦ୍ଧା “ମେରି ଲାଇଫ ପୋର୍ଟାଲ”ରେ ପଞ୍ଜିକୃତ ହୋଇଥିବା ଚାରା ସଂଖ୍ୟା ୩ କୋଟି ୧୩ ଲକ୍ଷରେ ପହଞ୍ଚିଛି । ଏ ବର୍ଷ ଶେଷ ସୁଦ୍ଧା ସାଢେ ଚାରି କୋଟି ଚାରା ଲଗାଯାଇ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହେବ ବୋଲି ବୈଠକରେ ପ୍ରକାଶ କରାଯାଇଥିଲା ।
ବୈଠକରେ ସୂଚନା ଦିଆଯାଇଥିଲା ଯେ ଚଳିତ ବର୍ଷ ବଜ୍ରପାତକୁ ରୋକିବା ପାଇଁ ୧୯ ଲକ୍ଷ ତାଳ ଗଛ ଜଙ୍ଗଲ ପରିସୀମା ଅଞ୍ଚଳରେ ରୋପଣ କରାଯାଉଛି । ସେହିପରି ପ୍ଲାଷ୍ଟିକମୁକ୍ତ ବନୀକରଣ, ବନାଗ୍ନି ନିର୍ବାପନ ଏବଂ ଅନ୍ୟାନ୍ୟ ବିଭାନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ହୋଇଥିଲା ।
ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଏବଂ ପିସିସିଏଫ (ୱାଇଲ୍ଡ ଲାଇଫ) ସୁଶାନ୍ତ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।
Bellaguntha Block Chairman Passes Away
Next ArticleOdisha Sees Substantial Reduction In Multidimensional Poverty
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
