କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ । କୋରାପୁଟ ଓ [...]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ ।
କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି । ଏହି ସମସ୍ୟାର ସମାଧାନ ପାଇଁ ଏସ୍ଆର୍ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ । ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରାକ୍ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି ।
ULBs on High Alert: Nodal Officers Directed for Constant Monitoring
Next ArticleHeavy Rainfall: Schools in Ganjam Dist to Remain Closed Tomorrow
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
