ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଳିବାମନ ବେଶ ଅନୁଷ୍ଠାନ
ଭାଦ୍ରବ ଶୁକ୍ଲ ତ୍ରୟୋଦଶୀ ଦିନ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବାମନ ବେଶ ଅନୁଷ୍ଠିତ ହୋଇଥିଲା।ଏହି ବେଶ ଅବସରରେ ଦେବୀ ସୁଭଦ୍ରା ଓ ବଡ଼ଠାକୁର ବଳଭଦ୍ର ସ୍ୱର୍ଣ୍ଣ ବେଶରେ ସଜ୍ଜିତ ହୋଇଥିଲେ। ଅଗ୍ରଜ ଶ୍ରୀ ବଳଭଦ୍ର ଦେବ କାମପାଳ ବଳୀରାଜା ବେଶରେ ଶ୍ରୀହସ୍ତରେ ଧନୁ ଓ ଶର ଧାରଣ କରିଥିଲେ । ମଧ୍ୟାହ୍ନ ଧୂପ ପୂଜା ବଢିବାପରେ ଶ୍ରୀଜଗନ୍ନାଥ ମହାପ୍ରଭୁ ବଳି ବାମନ ବେଶ ଅନୁଷ୍ଠିତ ହୋଇଥିଲା। ଏହି ଦିନ ମହାପ୍ରଭୁଙ୍କୁ ସ୍ବର୍ଣ୍ଣ ଶ୍ରୀଭୁଜ, ଶ୍ରୀ ପୟର ଓ [...]
ଭାଦ୍ରବ ଶୁକ୍ଲ ତ୍ରୟୋଦଶୀ ଦିନ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବାମନ ବେଶ ଅନୁଷ୍ଠିତ ହୋଇଥିଲା।ଏହି ବେଶ ଅବସରରେ ଦେବୀ ସୁଭଦ୍ରା ଓ ବଡ଼ଠାକୁର ବଳଭଦ୍ର ସ୍ୱର୍ଣ୍ଣ ବେଶରେ ସଜ୍ଜିତ ହୋଇଥିଲେ। ଅଗ୍ରଜ ଶ୍ରୀ ବଳଭଦ୍ର ଦେବ କାମପାଳ ବଳୀରାଜା ବେଶରେ ଶ୍ରୀହସ୍ତରେ ଧନୁ ଓ ଶର ଧାରଣ କରିଥିଲେ ।
ମଧ୍ୟାହ୍ନ ଧୂପ ପୂଜା ବଢିବାପରେ ଶ୍ରୀଜଗନ୍ନାଥ ମହାପ୍ରଭୁ ବଳି ବାମନ ବେଶ ଅନୁଷ୍ଠିତ ହୋଇଥିଲା। ଏହି ଦିନ ମହାପ୍ରଭୁଙ୍କୁ ସ୍ବର୍ଣ୍ଣ ଶ୍ରୀଭୁଜ, ଶ୍ରୀ ପୟର ଓ ସ୍ୱର୍ଣ୍ଣ କିରୀଟରେ ଆଭୂଷିତ ହୋଇଥାନ୍ତି । ମଥାରେ ଜୁଡା ଯୁକ୍ତ କେଶର ରୂପ ସୃଷ୍ଟି ପାଇଁ ଦରଜି ଦେଇଥିବା କଳା କନାର ଗୋଟିଏ ମଥା ବରଣ ବ୍ୟବହୃତ ହୁଏ । ସେହି କଳା କନାର ସମ୍ମୁଖ ପଟେ ଧଳା କନା ସିଲେଇ କିଛି ଧଳା ଗାର ସୃଷ୍ଟି ହୋଇଥାଏ । ଏହା ଭସ୍ମରେଖା ବା ତିଳକର ପ୍ରତୀକ ରୂପେ ଗୃହୀତ ହୁଏ । ଏକ କିରୀଟ ମସ୍ତକ ଉପରେ ଶୋଭା ପାଇ ଥାଏ ନାଗପୁରୀ ଜୁକ୍ତ ଧଳା ଦେହରେ କଳା ରଙ୍ଗର ଧଡି ଜୁକ୍ତ ଲୁଗା କୁ ଅତିଭ ଭାବରେ ଦୋକଛା ମରାହୋଇ ପିନ୍ଧିଥାନ୍ତି ମହାପ୍ରଭୁ । ଏହି ବେଶରେ ମହାପ୍ରଭୁଙ୍କ ଶ୍ରୀଭୁଜର ବାମ ହସ୍ତରେ ଏକ ଛତ୍ରୀ ଓ ଡାହାଣ ହସ୍ତରେ କୁଶଯୁକ୍ତ ରୂପାର ଗଡୁ ଧରାଯାଇ ଏକ ବାମନରୂପୀ ନୈଷ୍ଠିକ ବ୍ରାହ୍ମଣ ବେଶରେ ମହାପ୍ରଭୁଙ୍କୁ ଭୂଷିତ କରାଯାଇଥିଲା । ସତ୍ୟ ଯୁଗରେ ଯେଉଁପରି ଭାବରେ ବାମନ ଆବିର୍ଭାବ ହୋଇଥିଲେ ମହାପ୍ରଭୁଙ୍କୁ ଠିକ ସେହିପରି ଭାବରେ ବେଶ ଲାଗି କାରାଯାଇଥିଲା । ଏହାକୁ ବଳିବାମନ ବେଶ ବୋଲି କୁହାଯାଏ । ବାମନ ବେଶ ରେ ମହାପ୍ରଭୁଙ୍କୁ ସ୍ବର୍ଣ୍ଣ ଅଳଙ୍କାର ଯଥା ସ୍ବର୍ଣ୍ଣ ର ଶ୍ରୀ ପୟର , କିରିଟ , ଶ୍ରୀ ଭୁଜ , ଆଡକାନୀ, ସୂର୍ଯ୍ୟ, ଚନ୍ଦ୍ର , ଘାଗଡା ମାଳି, ବାହାଡା ମାଳି, ତାବିଜ ମାଳି , କଦମ୍ବ ମାଳି , ହରିଡା ମାଳି , ସେବତୀ ମାଳି, ଚନ୍ଦ୍ରିକା, ତିଳକ ଶ୍ରିମୁଖ ପଦ୍ମ , ଅଳକା , ତଡକି, କୁଣ୍ଡଳ ଏବଂ ଓଡିଆଣି ଏ ସମସ୍ତ ସ୍ବର୍ଣ୍ଣ ଅଳଙ୍କାର ରେ ଠାକୁରଙ୍କୁ ସଜେଇଦିଆ ଯାଇଥିଲା। ଏହି ବେଶ ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିଥାଏ ।
କୁହାଯାଏ ଏହି ବଳିବାମନ ବେଶର ପ୍ରବର୍ତ୍ତକ ହେଉଛନ୍ତି କଳିଙ୍ଗ ବ୍ରାହ୍ମଣ ସମ୍ମାଜ ।ଏକାଦଶ ଶତାଦ୍ଦି ରେ ଏହି ବେଶ ଆରମ୍ପ ହୋଇଥିଲା ବୋଲି କୁହାଯାଏ । ବାମନ ବେଶରେ ଶ୍ରୀଜୀଉଙ୍କୁ ଲାଗି କରାଯାଉଥିବା ସ୍ବର୍ଣ୍ଣ ଅଳଙ୍କାର ଇତ୍ୟାଦି ବେଶ ଦିନ ପୂର୍ବରୁ ରତ୍ନଭଣ୍ଡାରରୁ କଢାଯାଇ ଭଣ୍ଡାର ମେକାପ ସେବକଙ୍କ ତତ୍ତ୍ଵବଧାନରେ ରହିଥାଏ ।ଶ୍ରୀ ଜଗନ୍ନାଥ ଙ୍କର ହସ୍ତପଦ ବିହୀନ ଅବୟବକୁ ଦର୍ଶନ କଲେ ସେ ସ୍ୱତଃ ବାମନ ଭଳି ଦେଖାଯାନ୍ତି । ବିଶେଷ କରି ରଥ ଯାତ୍ରା ସମୟରେ ତାଙ୍କୁ ବାମନ ଭାବରେ ବର୍ଣ୍ଣନା କରାଯାଇ କୁହାଯାଇଛି ।ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳି ବାମନ ବେଶକୁ ଦେଖି ତତ୍କାଳୀନ ଗଜପତି ଶ୍ରୀ ବୀର କିଶୋର ଦେବ ଅନେକ ଭଜନ ଜଣାଣ ଲେଖିଥିବା ଜଣାଯାଏ ।
PM Modi Flags off Two New Vande Bharat Trains for Odisha
Next ArticlePM Modi Launches ‘SUBHADRA’ Yojana
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
