ବରିଷ୍ଠ ସାମ୍ବାଦିକ ରବି ରଥଙ୍କୁ ଉଦୟନାଥ ଷଡ଼ଙ୍ଗୀ ସାମ୍ୱାଦିକତା ସମ୍ମାନ
ଭୁବନେଶ୍ବର: ଉତ୍କଳ ସାହିତ୍ୟ ସମାଜର ୧୨୨ତମ ବାର୍ଷିକ ସମାବର୍ତ୍ତନ ଉତ୍ସବ ଓ ସାରସ୍ବତ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ତଥା ‘ନବୀନ’ର ସମ୍ପାଦକ ରବି ରଥଙ୍କୁ ଉଦୟନାଥ ଷଡ଼ଙ୍ଗୀ ସାମ୍ୱାଦିକତା ସମ୍ମାନରେ ସମ୍ମାନିତ କରାଯାଇଛି । ୧୯୮୨ ମସିହାରେ ନିଜ ସାମ୍ବାଦିକତା ଜୀବନ ଆରମ୍ଭ କରି ରବି ରଥ ରାଜ୍ୟ ଓ ଜାତୀୟ ସ୍ତରରେ ସାମ୍ବାଦିକତାରେ ରାଜ୍ୟ ପାଇଁ ସୂନାମ ଅର୍ଜନ କରିପାରିଛନ୍ତି [...]
ଭୁବନେଶ୍ବର: ଉତ୍କଳ ସାହିତ୍ୟ ସମାଜର ୧୨୨ତମ ବାର୍ଷିକ ସମାବର୍ତ୍ତନ ଉତ୍ସବ ଓ ସାରସ୍ବତ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ତଥା ‘ନବୀନ’ର ସମ୍ପାଦକ ରବି ରଥଙ୍କୁ ଉଦୟନାଥ ଷଡ଼ଙ୍ଗୀ ସାମ୍ୱାଦିକତା ସମ୍ମାନରେ ସମ୍ମାନିତ କରାଯାଇଛି ।
୧୯୮୨ ମସିହାରେ ନିଜ ସାମ୍ବାଦିକତା ଜୀବନ ଆରମ୍ଭ କରି ରବି ରଥ ରାଜ୍ୟ ଓ ଜାତୀୟ ସ୍ତରରେ ସାମ୍ବାଦିକତାରେ ରାଜ୍ୟ ପାଇଁ ସୂନାମ ଅର୍ଜନ କରିପାରିଛନ୍ତି । କେନ୍ଦ୍ରିୟ ପ୍ରେସ ଆକ୍ରିଡିଟେସନ କମିଟିର ସଦସ୍ୟ, ଜାତୀୟ ସାମ୍ବାଦିକ ୟୁନିଅନ (ଏନ.ୟୁ.ଜେ.) ର ଉପ ସଭାପତି ଓ ସମ୍ପାଦକ, ଓଡ଼ିଶା ସାମ୍ବାଦିକ ୟୁନିଅନ (ଓ.ୟୁ.ଜେ.) ର ସଭାପତି, ଇଂଡିଆନ୍ ମିଡିଆ ସେଣ୍ଟର ର ଓଡ଼ିଶା ରାଜ୍ୟ ଆବାହକ, ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ଓଡ଼ିଶା ରାଜ୍ୟ ସଭାପତି ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ବରେ ସେ ରହି ଆସିଛନ୍ତି । ଓଡ଼ିଶାର ସର୍ବପୁରାତନ ସାପ୍ତାହିକ ସମ୍ବାଦପତ୍ର ନବୀନ’ର ସମ୍ପାଦକ ଭାବେ ସେ ବର୍ତ୍ତମାନ କାର୍ଯ୍ୟରତ ।
ଓଡ଼ିଶା ଉଚ୍ଚନ୍ୟାୟାଳୟର ମାନ୍ୟବର ବିଚାରପତି ନ୍ୟାୟମୁର୍ତ୍ତି ଚିତ୍ତରଞ୍ଜନ ଦାଶ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ବିଶିଷ୍ଟ ସାରସ୍ବତ ସାଧକ ଓ ଭାଷାବିତ୍ ପଦ୍ମଶ୍ରୀ ଦେବିପ୍ରସନ୍ନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଉତ୍କଳ ସାହିତ୍ୟ ସମାଜର ସଭାପତି ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦ ଏହି କାର୍ଯ୍ୟକ୍ରମର ସଭାପତିତ୍ବ କରିଥିଲେ ।
ଏହି ଅବସରରେ ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ଉତ୍କଳରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହା ବ୍ୟତିତ କଳା ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ୨୬ ପ୍ରତିଭାଶାଳୀ ବ୍ୟକ୍ତିତ୍ବଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।
Odisha: BJD calls for six-hour bandh on Sep 24 against assault on Army officer, fiance
Next Articleଗୀତା ଉପଦେଶ: ଜୀବନରେ ଦ୍ଵନ୍ଦ କେବେହେଲେ ଯଶସ୍ବୀ ପୁରୁଷଙ୍କୁ ଶୋଭା ପାଏନାହିଁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
