ରାଜ୍ୟରେ ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା
ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଯୋଜନାରେ ପୁତ୍ର [...]
ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ ।
ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।
ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।
ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ । ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି ।
Action must be taken against those making derogatory remarks on social media platforms: Odisha Dy CM
Next ArticleOdisha govt signs MoU for implementation of Clubfoot Management Programme
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
