ସଚିବସ୍ତରୀୟ ବୈଠକ ଅନୁଷ୍ଠିତ: ବଜେଟ୍ ପ୍ରାବଧାନ ଅନୁସାରେ ଖର୍ଚ୍ଚ ବୃଦ୍ଧି କରିବାକୁ ଗୁରୁତ୍ବ
ଭୁବନେଶ୍ୱର: ଅର୍ଥ ବିଭାଗ ତରଫରୁ ୨୦୨୪-୨୫ ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଖର୍ଚ୍ଚ ସମୀକ୍ଷା କରାଯିବା ସହିତ ରାଜ୍ୟରେ ଆଜି ଅପରାହ୍ନରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ଆର୍ଥିକ ବର୍ଷ ମାର୍ଚ୍ଚ ୬ ତାରିଖ ସୁଦ୍ଧା ବଜେଟ୍ ପ୍ରାବଧାନ ଅନୁସାରେ ଉପସ୍ଥାପନ କରାଯାଇଥିଲା । ବିଭିନ୍ନ ବିଭାଗ ତରଫରୁ କରାଯାଇଥିବା କାର୍ଯ୍ୟକାରୀ ହେଉଥିବା ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ, ଆଇଜି ଓଟି [...]
ଭୁବନେଶ୍ୱର: ଅର୍ଥ ବିଭାଗ ତରଫରୁ ୨୦୨୪-୨୫ ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଖର୍ଚ୍ଚ ସମୀକ୍ଷା କରାଯିବା ସହିତ ରାଜ୍ୟରେ ଆଜି ଅପରାହ୍ନରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ଆର୍ଥିକ ବର୍ଷ ମାର୍ଚ୍ଚ ୬ ତାରିଖ ସୁଦ୍ଧା ବଜେଟ୍ ପ୍ରାବଧାନ ଅନୁସାରେ ଉପସ୍ଥାପନ କରାଯାଇଥିଲା । ବିଭିନ୍ନ ବିଭାଗ ତରଫରୁ କରାଯାଇଥିବା କାର୍ଯ୍ୟକାରୀ ହେଉଥିବା ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ, ଆଇଜି ଓଟି କର୍ମଯୋଗୀ ପ୍ଲାଟଫର୍ମରେ କର୍ମଚାରୀ ତଥା ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ସଂପର୍କରେ ସମୀକ୍ଷା କରାଯାଇଥିଲା ।
ବୈଠକରୁ ଜଣାଯାଇଛି ଯେ ଗତ ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ବିଭିନ୍ନ ବିଭାଗକୁ ବଜେଟ୍ ଅନୁମୋଦନ ଅନୁସାରେ ଅଧିକ ଅର୍ଥ ଆବଣ୍ଟନ କରାଯାଇଥିଲା । ଏହାକୁ ଦୃଷ୍ଟିରେ ରଖ୍ ବିଭାଗମାନଙ୍କ ଦ୍ବାରା ବଜେଟ୍ ପ୍ରାବଧାନ ଅନୁସାରେ ଖର୍ଚ୍ଚ ବୃଦ୍ଧି ନିମନ୍ତେ ପ୍ରଚେଷ୍ଟା କରାଯାଇଥିଲା ।
ବୈଠକରୁ ଜଣାଯାଇଛି ଯେ, ବିଭିନ୍ନ ବିଭାଗ ଦ୍ଵାରା ଚଳିତ ମାର୍ଚ୍ଚ ୬ ତାରିଖ ସୁଦ୍ଧା ଗତ ବର୍ଷ ତୁଳନାରେ ଏହି ସମୟ ମଧ୍ୟରେ ସାମଗ୍ରିକ ଭାବେ ଖର୍ଚ ୧୬.୫ ପ୍ରତିଶତ ଖର୍ଚ୍ଚ ବୃଦ୍ଧି ପାଇଛି । କାର୍ଯ୍ୟକ୍ରମ ବାବଦକୁ ଖର୍ଚ ହାର ଗତବର୍ଷ ତୁଳନାରେ ୧୭.୬ ପ୍ରତିଶତ ବୃଦ୍ଧି ପାଇଥିବା ବେଳେ ବିଭିନ୍ନ ବିଭାଗ ଦ୍ଵାରା ବଜେଟ୍ ମୁତାବକ ଖର୍ଚ୍ଚ ଗତବର୍ଷ ତୁଳନାରେ ଅଧ୍ବକ କରାଯାଇଛି । ବୈଠକରେ ୮୦ ପ୍ରତିଶତରୁ ଅଧିକ ଖର୍ଚ୍ଚ କରିଥିବା ବିଭାଗମାନଙ୍କୁ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୯୦ ରୁ ୯୫ ପ୍ରତିଶତ ଖର୍ଜ କରିବାକୁ ପରାମର୍ଶ ଦିଆଯାଇଛି । ସେହିଭଳି ୭୦
ପ୍ରତିଶତ ଖର୍ଚ ହାସଲ କରିଥିବା ବିଭାଗମାନଙ୍କୁ ୮୦ ରୁ ୮୫ ପ୍ରତିଶତ ଖର୍ଚ୍ଚ କରିବାକୁ କୁହାଯାଇଛି । ବିଭିନ୍ନ ବିଭାଗ ତରଫରୁ ଖର୍ଚ୍ଚର ସ୍ଥିତି କେତେ ରହିଛି ଏବଂ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାର ହାର କେତେ ରହିବ, ସେ ସମ୍ପର୍କରେ ବିଭାଗୀୟ ସଚିବମାନେ ଉପସ୍ଥାପନ କରିଥିଲେ । କମ ଖର୍ଚ୍ଚ କରିଥିବା ବିଭାଗମାନଙ୍କୁ ଚଳିତ ଆର୍ଥିକ ବର୍ଷ ଶେଷ ସମୟସୀମା ମଧ୍ୟରେ ତଥା ନୂତନ ଆର୍ଥିକ ବର୍ଷ ପୂର୍ବରୁ ଯଥାସମ୍ଭବ ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରସ୍ତାବିତ ବଜେଟ୍ ପ୍ରାବଧାନ ଅନୁସାରେ ଏବେଠାରୁ ପ୍ରସ୍ତୁତି କରିବାକୁ ବୈଠକରେ ଗୁରୁତ୍ବ ଦିଆଯାଇଥିଲା ।
Odisha Govt Teams up with Meta to Launch WhatsApp-based Citizen Services
Next ArticleOdisha to Observe Zero Accident Day
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
