ଇଦ-ଉଲ-ଫିଦର ଓ ହନୁମାନ ଜୟନ୍ତୀ ଶୃଙ୍ଖଳିତ ପାଳନ ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକରେ ଗୁରୁତ୍ଵାରୋପ
ଭୁବନେଶ୍ଵର: ଆସନ୍ତା ୩୧ ତାରିଖରେ ଇଦ-ଉଲ-ଫିତର, ଅପ୍ରେଲ ୦୬ ତାରିଖରେ ଶ୍ରୀ ରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି। ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଡିଜିପି ଶ୍ରୀ [...]
ଭୁବନେଶ୍ଵର: ଆସନ୍ତା ୩୧ ତାରିଖରେ ଇଦ-ଉଲ-ଫିତର, ଅପ୍ରେଲ ୦୬ ତାରିଖରେ ଶ୍ରୀ ରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି। ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଡିଜିପି ଶ୍ରୀ ଖୁରାନିଆ ଉପରୋକ୍ତ ସମସ୍ତ ପର୍ବପର୍ବାଣୀ ଗୁଡିକୁ ଶୃଙ୍ଖଳିତ ଭାବେ ପାଳନ କରାଯିବା ଉପରେ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଉକ୍ତ ପର୍ବପର୍ବାଣୀ ଗୁଡିକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯିବା ଉପରେ ଡିଜିପି ବୈଠକରେ ଗୁରୁତ୍ଵାରୋପ କରିଥିଲେ। ସଦାସର୍ବଦା ସତର୍କତା ଏବଂ ଯେକୌଣସି ପ୍ରକାର ଅଘଟଣ ସମ୍ପର୍କରେ ଆଗୁଆ ସୂଚନା ପାଇବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାସହ ଏଥିନିମନ୍ତେ ତୁରନ୍ତ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପରାମର୍ଶ ଦେଇଥିଲେ। ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲ୍ଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି । ରାଜ୍ୟ କ୍ରାଇମବ୍ରାଞ୍ଚ ଦ୍ଵାରା ଏକ ସ୍ଵତନ୍ତ୍ର କର୍ମଶାଳା ଆୟୋଜନ କରାଯାଇ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ସକ୍ରିୟ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ, ଶୋଭାଯାତ୍ରା ଉପରେ କଟକଣା, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ଲଗାଇବା, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସିସିଟିଭି କ୍ୟାମେରା ସ୍ଥାପନ, ଗୁଇନ୍ଦା ସୂଚନା ସଂଗ୍ରହ, ଶାନ୍ତି କମିଟି ଗଠନ ସହ ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ, ଅଭ୍ଯାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଗୁଜବକାରୀଙ୍କୁ ଚିହ୍ନଟ, ପଦଯାତ୍ରା ଏବଂ ବାଇକ ରାଲି ସମୟରେ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ଏହାସହ ଯେକୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ସଦାସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।
ଏହି ପର୍ବପର୍ବାଣୀ ପାଳନ ବେଳେ ବାଯୁମଣ୍ଡଳର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣ ତଥା କର୍ତ୍ତବ୍ଯରେ ନିୟୋଜିତ ପୋଲିସ କର୍ମଚାରୀଙ୍କ କଲ୍ଯାଣ ନିମନ୍ତେ ଉପଯୁକ୍ତ ବନ୍ଦୋବସ୍ତ କରିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ।
ଉକ୍ତ ବୈଠକରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୂନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚଆରପିସି) ୟତିନ୍ଦ୍ର କୋୟଲ, ଡିଆଇଜିପି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଯୁଗଳ କିଶୋର କୁମାର ବନୋଥ, ଡିସିପି (କଟକ) ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କ ସମେତ ଆଭାସୀ ମାଧ୍ୟମରେ ବହୁ ବରିଷ୍ଠ ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
Odisha Vigilance Seizes Ill-gotten Cash of Rs 2.03 Lakh from JE during Interception
Next Articleଟାକ୍ସ କଲେକ୍ସନ ପାଇଁ ବିଏମସିର ଗୁରୁତ୍ୱ, ଜାରି ରହିବ ବକେୟା ହୋଲ୍ଡିଂ ଆଦାୟ ପ୍ରକ୍ରିୟା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
