ଓଡ଼ିଶା: ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ
ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହଚରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି। ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ସ୍ଥାନୀୟ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ [...]
ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହଚରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି। ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ସ୍ଥାନୀୟ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବୋଧନ ଦେଇ ଏହା କହିଛନ୍ତି ।
ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଦୁଇଟି ପ୍ରମୁଖ ଶ୍ରମିକ ପ୍ରତୀକ୍ଷା ସ୍ଥାନ- ଡୁମ୍ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍ଘାଟନ କରିଥିଲେ। ଏହି ପ୍ରତୀକ୍ଷା କେନ୍ଦ୍ରମାନଙ୍କରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟ ସ୍ଥଳର ସୁବିଧା ସହିତ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳ ଗୁଡିକରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ । ଏହି କେନ୍ଦ୍ର ଗୁଡିକ ଶ୍ରମଜୀବୀମାନଙ୍କ ଗରିମା ବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ବିଭିନ୍ନ ସେବାକୁ ଶ୍ରମିକମାନଙ୍କ ହାତ ପାହାନ୍ତାରେ ପହଂଚାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ୍’ର ଶୁଭାରମ୍ଭ କରିଥିଲେ। ଏହାଦ୍ୱାରା ଶ୍ରମିକମାନେ ସହଜରେ ଏବଂ ସୁବିଧାରେ ଘରେ ବସି ବିଭିନ୍ନ ସେବା ପାଇ ପାରିବେ । ଏହି ମୋବାଇଲ୍ ଆପ୍, ଅନ୍ଲାଇନ୍ ଶ୍ରମିକ ପଞ୍ଜୀକରଣ, ନବୀକରଣ ତଥା ସହାୟତା ନିମନ୍ତେ ଆବେଦନ ଆଦି ସେବା ପାଇବା ଦିଗରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ସେ କହିଥିଲେ ।
ଏଥି ସହିତ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ ସହାୟତା, ପ୍ରସୂତିକାଳୀନ ସହାୟତା, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବଣ୍ଟନ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ ଥିବା ବିଭିନ୍ନ ସଂଗଠିତ ତଥା ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ ଶ୍ରମିକମାନଙ୍କ ଆଇନଗତ ଅଧିକାର ଓ ସାମାଜିକ ସୁରକ୍ଷା ଦିଗରେ ସର୍ବଦା ଯତ୍ନବାନ ହୋଇ କାର୍ଯ୍ୟ କରି ଆସୁଛି।
କାର୍ଯ୍ୟକ୍ରମରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଅଭିଭାଷଣ ରଖିଥିଲେ।
ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।
Workers are the Backbone of Country’s Strength and Development: Naveen
Next Articleଓଡିଶାର ବିମାନ ଚଳାଚଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ: ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
