କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର
ଭୁବନେଶ୍ୱର/କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଦେଶରେ ଦୁର୍ଘଟଣା ଓ ଦୁର୍ଘଟଣା ଜନିତ ମୃତ୍ୟୁହାର ଖୁବ ଅଧିକ। କେନ୍ଦୁଝର ଭଳି ଜିଲ୍ଲାରେ ଖଣି କାରବାର ଯୋଗୁଁ ଅଧିକ ଯାନବାହନ ଚଳାଚଳ ହେଉଛି। [...]
ଭୁବନେଶ୍ୱର/କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।
ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଦେଶରେ ଦୁର୍ଘଟଣା ଓ ଦୁର୍ଘଟଣା ଜନିତ ମୃତ୍ୟୁହାର ଖୁବ ଅଧିକ। କେନ୍ଦୁଝର ଭଳି ଜିଲ୍ଲାରେ ଖଣି କାରବାର ଯୋଗୁଁ ଅଧିକ ଯାନବାହନ ଚଳାଚଳ ହେଉଛି। ଏହା ସହିତ ଆଗାମୀ ଦିନରେ ଅଧିକ ଶିଳ୍ପ ପ୍ରତିଷ୍ଠା ଓ ଭିତ୍ତିଭୂମିର ବିକାଶ ମଧ୍ୟ କରାଯିବ। ତେଣୁ, ଯାନବାହନ ଚଳାଚଳା ଆହୁରି ବୃଦ୍ଧି ପାଇବ। ଏ କ୍ଷେତ୍ରରେ ଉତ୍ତମ ଟ୍ରମା କେୟାର ବ୍ୟବସ୍ଥା ଲୋକଙ୍କୁ ଆଶୁ ମୃତ୍ୟୁମୁଖରୁ ବଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସରକାର ଗଠନ କରିବାର ଅଳ୍ପଦିନ ମଧ୍ୟରେ ସବୁ ଖଣିଜ ଜିଲ୍ଲା ଗୁଡିକର ମେଡିକାଲ କଲେଜ ଗୁଡିକରେ ଟ୍ରମା କେୟାର ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କେନ୍ଦୁଝରରେ ଏହା ସ୍ଥାପନ ହୋଇଛି, ଖୁବଶୀଘ୍ର ଅନ୍ୟସ୍ଥାନରେ ମଧ୍ୟ ଟ୍ରମା କେୟାର ସ୍ଥାପନ କରାଯିବ।
ସେ କହିଲେ ଯେ ରାଜ୍ୟର ସ୍ୱାସ୍ଥ୍ୟକ୍ଷେତ୍ରରେ ଉନ୍ନତି ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ହସ୍ପିଟାଲ ଗୁଡିକର ଭିତ୍ତିଭୂମି ସୁଦୃଢ କରାଯାଉଛି। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରାଯାଉଛି। ନୂଆ ସରକାର ଆସିବା ପରେ ୪ ହଜାର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମଚାରୀ ପଦବୀ ପୂରଣ କରାଯାଇଛି। ଆଗାମୀ ଦିନରେ ୫ହଜାର ଡାକ୍ତର ପଦବୀ ପୂରଣ କରାଯିବ। ଏହା ସହିତ ନୂଆ ନୂଆ ଆମ୍ବୁଲାନ୍ସ ମଧ୍ୟ ଯୋଗାଇ ଦିଆଯାଉଛି। ତେଣୁ, ବିଭିନ୍ନ କ୍ଷେତ୍ରରେ ଓଡିଶା ଯେଉଁ ବିକାଶ କରିବାର ଲକ୍ଷ୍ୟ ନେଇ ଆଗକୁ ବଢୁଛି, ସ୍ୱାସ୍ଥ୍ୟ କ୍ଷେତ୍ରରେ ମଧ୍ୟ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠିତ ହେବ। ଦୁର୍ଘଟଣା ଜନିତ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ମଧ୍ୟ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ଖୁବଶୀଘ୍ର ଆଉ ୪ଟି ନୂଆ ମେଡିକାଲ କଲେଜ ସ୍ଥାପନ କରାଯିବ। ସେଗୁଡିକ ହେଲା ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଓ ନବରଙ୍ଗପୁର। ଧିରେ ଧିରେ ରାଜ୍ୟର ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠିତ ହେବ। ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଦେଶରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ କେନ୍ଦ୍ର ସରକାର ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର ଏଥିପାଇଁ ୬୦ ପ୍ରତିଶତ ଅର୍ଥ ଦେଉଥିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥଦେବେ। ଏହାର ସୁଯୋଗ ନେଇ ଅନେକ ରାଜ୍ୟ ବହୁତ ମେଡିକାଲ କଲେଜ ପ୍ରତିଷ୍ଠା କରିଛନ୍ତି। ତେଲେଙ୍ଗାନାରେ ବର୍ତ୍ତମାନ ୩୪ଟି ମେଡିକାଲ କଲେଜ ସ୍ଥାପନ ହୋଇଛି। କିନ୍ତୁ ଓଡିଶାରେ ଖୁବ୍ କମ୍ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି। ପୂର୍ବ ସରକାର ରାଜନୈତିକ କାରଣ ଯୋଗୁ ଏ ଦିଗରେ ବିଶେଷ ଧ୍ୟାନ ଦେଇନଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟ କ୍ଷେତ୍ରର ବିକାଶ ପାଇଁ ରାଜ୍ୟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହାଦ୍ୱାରା ଆମର ସାଧାରଣ ଲୋକମାନେ ଦେଶର ୨୯ ହଜାର ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇପାରିବେ। ୭୦ ବର୍ଷରୁ ଅଧିକ ସମସ୍ତ ବୟୋଜ୍ୟେଷ୍ଠଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି।
ପରିଶେଷରେ ଡାକ୍ତର ମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ଆପଣ ମାନେ ସ୍ୱାସ୍ଥ୍ୟସେବାକୁ ଜୀବନର ଏକ ମିଶନ ଭାବେ ଗ୍ରହଣ କରନ୍ତୁ। ବୃତ୍ତିଗତ ଦକ୍ଷତା ସହିତ ସେବା ମନୋଭାବ ଅତ୍ୟନ୍ତ ଜରୁରୀ। ଏହାଦ୍ୱାରା ସ୍ୱାସ୍ଥ୍ୟକ୍ଷେତ୍ରରେ ମଧ୍ୟ ଓଡିଶା ବିଭିନ୍ନ ସୂଚକାଙ୍କରେ ଉନ୍ନତି ହାସଲ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, ଚମ୍ପୁଆ ବିଧାୟକ ସନାତନ ମହାକୁଡ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ମେଡିକାଲ କଲେଜର ଅଧ୍ୟକ୍ଷା ଡଃ ଚିନ୍ମୟୀ ମହାପାତ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ମେଡିକାଲ ସୁପରିଟେଣ୍ଡେଣ୍ଟ ମହେନ୍ଦ୍ର କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
BJD Constitutes Minority Cell
Next ArticleOdisha Law Minister confirms sacred Daaru wood not used in carving of idols in Digha temple
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
