ଓଜେଇଇ -୨୦୨୫ର ଫଳାଫଳ ପ୍ରକାଶିତ, କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ
ଭୁବନେଶ୍ୱର : ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ଆଜି ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ OJEE -2025 ର ଫଳାଫଳ ଘୋଷଣା କରିବା ସହିତ ଫଳାଫଳ ପୁସ୍ତିକାର ଶୁଭ ଉନ୍ମୋଚନ କରିଛନ୍ତି । ମନ୍ତ୍ରୀ ସ୍ୱାଇଁ କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ପରିଶ୍ରମ ଓ ଅଧ୍ୟବସାୟକୁ [...]
ଭୁବନେଶ୍ୱର : ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ଆଜି ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ OJEE -2025 ର ଫଳାଫଳ ଘୋଷଣା କରିବା ସହିତ ଫଳାଫଳ ପୁସ୍ତିକାର ଶୁଭ ଉନ୍ମୋଚନ କରିଛନ୍ତି ।
ମନ୍ତ୍ରୀ ସ୍ୱାଇଁ କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ପରିଶ୍ରମ ଓ ଅଧ୍ୟବସାୟକୁ ଅବ୍ୟାହତ ରଖି ଆଗାମୀ ଜୀବନରେ ସଫଳତା ହାସଲ କରିବା ସହିତ ଜଣେ ଜଣେ ସୁନାଗରିକ ହୋଇ ଓଡିଶାର ସୁନାମକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକରୁ ଅଧିକ ଋଦ୍ଧିମନ୍ତ କରିବା ପାଇଁ ପରାମର୍ଶ ଦେଇଛନ୍ତି ।
2025-26 ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରଚଳିତ 17 ଗୋଟି ବୈଷୟିକ ଏବଂ ବୃତ୍ତିଗତ ପାଠ୍ୟକ୍ରମ ଯଥା B.CAT, LE-BTech. (for Diploma students), LE-BTech. (for B.Sc. students), B. Pharm., MBA, MCA, Int. MBA, LE-Pharm., M.Pharm, M. Arch, M. Plan, M. Tech., Basic B.Sc Nursing, Post Basic B.Sc Nursing, M.Sc Nursing, and Post Diploma Nursing ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।
ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପୁଟର ଆଧାରିତ ପରୀକ୍ଷା (Computer Based Test) ମାଧ୍ୟମରେ ପ୍ରବେଶିକା ପରୀକ୍ଷା କରଯାଇଥିଲା । ଚଳିତ ବର୍ଷ ରାଜ୍ୟର ସମସ୍ତ 30ଟି ଜିଲ୍ଲା ସହିତ ରାଜ୍ୟ ବାହାରେ 03ଟି ସହର ଯଥା କୋଲକାତା, ପାଟନା ଏବଂ ରାଞ୍ଚିରେ, ସର୍ବ ମୋଟ 70 ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା ।
ଏ ବର୍ଷ ସମୁଦାୟ 92,488 ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବାବେଳେ 80,324 ପରୀକ୍ଷାର୍ଥୀ (86.84 ଶତକଡା ) ପରୀକ୍ଷାରେ ଅଂଶ ଗ୍ରହଣ କରିଥିଲେ । ନର୍ସିଙ୍ଗ ପାଠ୍ୟକ୍ରମ ବ୍ୟତୀତ, ଅନ୍ୟାନ୍ୟ ପାଠ୍ୟକ୍ରମ ମଧ୍ୟରୁ 55,362 ପରୀକ୍ଷାର୍ଥୀଙ୍କୁ ନିଜ ନିଜ ର ପ୍ରଦର୍ଶନ ଅନୁଯାୟୀ ସେମାନଙ୍କର ଅନୁରୂପ ପାଠ୍ୟକ୍ରମରେ ସ୍ଥାନ (Rank) ମିଳିଛି । ଶ୍ରୀ ସମର୍ଥ ବର୍ମା, ନିର୍ଦ୍ଦେଶକ, ବୈଷୟିକ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶାଳୟ, ଶ୍ରୀ ସୁକାନ୍ତ କୁମାର ପ୍ରଧାନ, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ଶ୍ରୀ ଦେବ ପ୍ରକାଶ ଶତପଥି, ଅଧ୍ୟକ୍ଷ ଓ ଶ୍ରୀ ରଞ୍ଜନ କୁମାର ଜେନା, ସମ୍ପାଦକ, ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ।
Odisha Governor Raises Concern over Anemia, Vision Issues at SIWC
Next ArticleOdisha Vigilance Nabs Assistant Engineer for Accepting Bribe in Koraput
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
