ନୂଆ ଆଇନ ଅନୁଯାୟୀ ନିର୍ବାଚନ କମିଶନରଙ୍କ ନିଯୁକ୍ତି ରୋକିବା ପାଇଁ ସୁପ୍ରିମକୋର୍ଟରେ ପିଟିସନ
ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ସୋମମବାର ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି । ସରକାରଙ୍କ ଦ୍ୱାରା ସିଇସି ଏବଂ ଅନ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ରୋକାଯାଉ ବୋଲି ଆବେଦନକାରୀ ଦାବି କରିଛନ୍ତିି । ସମ୍ପ୍ରତି ନିର୍ବାଚନ କମିଶନରେ ଦୁଇଟି ନିର୍ବାଚନ କମିଶନର (ଇସି) ପଦବୀ ଖାଲି ପଡ଼ିଛି। ଏହି ପଦ ପୂରଣ କରିବା ପାଇଁ ମାର୍ଚ୍ଚ ୧୩ କିମ୍ବା ୧୪ ରେ ପ୍ରଧାନମନ୍ତ୍ରୀଙ୍କ [...]
ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ସୋମମବାର ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି । ସରକାରଙ୍କ ଦ୍ୱାରା ସିଇସି ଏବଂ ଅନ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ରୋକାଯାଉ ବୋଲି ଆବେଦନକାରୀ ଦାବି କରିଛନ୍ତିି ।
ସମ୍ପ୍ରତି ନିର୍ବାଚନ କମିଶନରେ ଦୁଇଟି ନିର୍ବାଚନ କମିଶନର (ଇସି) ପଦବୀ ଖାଲି ପଡ଼ିଛି। ଏହି ପଦ ପୂରଣ କରିବା ପାଇଁ ମାର୍ଚ୍ଚ ୧୩ କିମ୍ବା ୧୪ ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ପ୍ୟାନେଲର ବୈଠକ ହୋଇପାରେ ।
ସମ୍ପ୍ରତି ନିର୍ବାଚନ କମିଶନରେ କେବଳ ସିଇସି ରାଜୀବ କୁମାର ରହିଛନ୍ତି। ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ଫେବୃଆରୀ ୧୪ରେ ଅବସର ନେଇଥିଲେ। ଦ୍ୱିତୀୟ ନିର୍ବାଚନ କମିଶନର ଅରୁଣ ଗୋଏଲ ଅଚାନକ ମାର୍ଚ୍ଚ ୮ରେ ନିଜ ପଦରୁ ଇସ୍ତଫା ଦେଇଥିଲେ ।
ସିଇସି ଓ ଇସି ନିଯୁକ୍ତି ପାଇଁ ସରକାର ନୂଆ ଆଇନ ଆଣିଛନ୍ତି । ଏହି ଆଇନ ଅନୁଯାୟୀ ସିଇସି ଓ ଇସିଙ୍କୁ ନିଯୁକ୍ତ କରୁଥିବା ପ୍ୟାନେଲରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କୁ ବାଦ୍ ଦିଆଯାଇଛି । ଏଣିକି ଏହି ପ୍ୟାନେଲରେ ପ୍ରଧାନମନ୍ତ୍ରୀ ଓ ତାଙ୍କ ଦ୍ବାରା ମନୋନୀତ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସହ ଲୋକସଭାରେ ବିରୋଧୀ ଦଳର ନେତା ରହିବେ ।
ଆଜିଠୁ ତିନିଦିନ ପ୍ରବଳ ତାତି
Next Articleନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ମାମଲାରେ ଏସବିଆଇ ଆବେଦନର ଆଜି ଶୁଣାଣି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
