ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, ଜୁନ୍ ୮ରେ ତୃତୀୟ ଥର ଶପଥ ନେଇପାରନ୍ତି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ମୋଦୀ ତାଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିବା ସହ ୧୭ତମ ଲୋକସଭା ଭଙ୍ଗ କରିଵା ପାଇଁ ସୁପାରିସ କରିଛନ୍ତିି। ପ୍ରଧାନମନ୍ତ୍ରୀଙ୍କ ସହ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଛନ୍ତି। ମୋଦୀ କ୍ରମାଗତ ତୃତୀୟ ଥର ଜୁନ୍ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି। ଏହା ପୂର୍ବରୁ ବୁଧବାର ପୂର୍ବାହ୍ନ ୧୧.୩୦ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ତାଙ୍କ [...]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ମୋଦୀ ତାଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିବା ସହ ୧୭ତମ ଲୋକସଭା ଭଙ୍ଗ କରିଵା ପାଇଁ ସୁପାରିସ କରିଛନ୍ତିି। ପ୍ରଧାନମନ୍ତ୍ରୀଙ୍କ ସହ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଛନ୍ତି। ମୋଦୀ କ୍ରମାଗତ ତୃତୀୟ ଥର ଜୁନ୍ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି।
ଏହା ପୂର୍ବରୁ ବୁଧବାର ପୂର୍ବାହ୍ନ ୧୧.୩୦ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ତାଙ୍କ ନେତୃତ୍ଵାଧୀନ ଦ୍ବିତୀୟ ପାଳି ସରକାରର ଶେଷ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୭ ତମ ଲୋକସଭା ଭଙ୍ଗ କରିବାକୁ ସୁପାରିଶ କରାଯାଇଥିଲା। ଏହା ପରେ ମୋଦୀ ରାଷ୍ଟ୍ରପତି ଭବନକୁ ଯାଇ ଇସ୍ତଫା ପତ୍ର ଦାଖଲ କରିଥିଲେ। ୧୭ ତମ ଲୋକସଭାର କାର୍ଯ୍ୟକାଳ ଜୁନ୍ ୧୬ରେ ଶେଷ ହେଉଛି।
ଏଥର ଆସନ ସଂଖ୍ୟା କମିଥିଲେ ମଧ୍ୟ ମୋଦୀଙ୍କ ନେତୃତ୍ଵରେ ଏନଡିଏ ଲଗାତାର ତୃତୀୟ ଥର ସରକାର ଗଢ଼ିବ । ଗତଥର ଏକାକୀ ୩୦୩ ଆସନ ହାତେଇଥିବା ବିଜେପି ଏଥର ୨୪୦ ଆସନରେ ସୀମିତ ରହିଯାଇଛି। ଏନଡିଏ ମେଣ୍ଟ କିନ୍ତୁ ୨୯୩ ଆସନ ସହ ମ୍ୟାଜିକ ନମ୍ବର (୨୭୨) ଟପିଥିବାରୁ ପୁଣି ସରକାର ଗଠନ କରିବା ସମ୍ଭାବନା ରହିଛି।
ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ୧୫ଟି ଆସନ ସହ ଏନଡିଏର ଦ୍ୱିତୀୟ ବୃହତ୍ତମ ଦଳ ହୋଇଥିବା ବେଳେ ନୀତୀଶ କୁମାରଙ୍କ ଜେଡିୟୁ ୧୨ଟି ଆସନ ସହ ଏନଡିଏରେ ତୃତୀୟ ବୃହତ୍ତମ ଦଳ ହୋଇପାରିଛି। ଏଥର ବିଜେପିକୁ ଏହି ଦୁଇ ଦଳର ସାହାରାରେ ରହିବାକୁ ପଡ଼ିବ।
ଅନ୍ୟପକ୍ଷରେ ୨୦୧୯ ତୁଳନାରେ ଏଥର କଂଗ୍ରେସର ଆସନ ସଂଖ୍ୟା ପ୍ରାୟତଃ ଦୁଇ ଗୁଣ ବଢ଼ିଛି । କଂଗ୍ରେସ ଚଳିତ ଥର ୯୯ ଆସନ ପାଇଥିବା ବେଳେ ପୂରା ‘ଇଣ୍ଡିଆ’ ମେଣ୍ଟ ୨୩୪ ଆସନ ହାତେଇଛନ୍ତି। ଇଣ୍ଡିଆ ମେଣ୍ଟ ପାଇଁ ଏହା ଏକ ନୈତିକ ବିଜୟ ବୋଲି କୁହାଯାଉଛି।
କର୍ଣ୍ଣାଟକରୁ ମିଳିଲେ ମାଲକାନଗିରିର ଡାକ୍ତର ଅମ୍ଳାନ ଭୋଇ
Next Articleଏଥର କେଉଁ ଦଳର ମହିଳା ସାଂସଦ ସଂଖ୍ୟା ଅଧିକ ଜାଣନ୍ତୁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
