ଦ୍ୱିତୀୟ ଥର ପାକିସ୍ତାନ ପ୍ରଧାନମନ୍ତ୍ରୀ ହେଲେ ଶେହବାଜ ସରିଫ
ଇସଲାମାବାଦ: ନିର୍ବାଚନର ତିନି ସପ୍ତାହ ପରେ ପାକିସ୍ତାନରେ ଗଠନ ହେବାକୁ ଯାଉଛି ନୂଆ ସରକାର । ପାକିସ୍ତାନୀ ମୁସଲିମ ଲିଗ୍-ନୱାଜ (ପିଏମଏଲ-ଏନ)ର ବରିଷ୍ଠ ନେତା ଶେହବାଜ ସରିଫ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ରବିବାର ନବ ନିର୍ବାଚିତ ସଂସଦରେ ସରିଫ୍ ସହଜରେ ବହୁମତ ହାସଲ କରିଛନ୍ତିି । ସେ ପିଏମ୍ଏଲ୍-ଏନ୍ ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମେଣ୍ଟ ସରକାରର ନେତୃତ୍ୱ ନେବେ। ଶେହବାଜ ୩୩୬ ସଦସ୍ୟ ବିଶିଷ୍ଟ ସଂସଦରେ ୨୦୧ ଭୋଟ୍ ପାଇ [...]
ଇସଲାମାବାଦ: ନିର୍ବାଚନର ତିନି ସପ୍ତାହ ପରେ ପାକିସ୍ତାନରେ ଗଠନ ହେବାକୁ ଯାଉଛି ନୂଆ ସରକାର । ପାକିସ୍ତାନୀ ମୁସଲିମ ଲିଗ୍-ନୱାଜ (ପିଏମଏଲ-ଏନ)ର ବରିଷ୍ଠ ନେତା ଶେହବାଜ ସରିଫ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ରବିବାର ନବ ନିର୍ବାଚିତ ସଂସଦରେ ସରିଫ୍ ସହଜରେ ବହୁମତ ହାସଲ କରିଛନ୍ତିି । ସେ ପିଏମ୍ଏଲ୍-ଏନ୍ ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମେଣ୍ଟ ସରକାରର ନେତୃତ୍ୱ ନେବେ। ଶେହବାଜ ୩୩୬ ସଦସ୍ୟ ବିଶିଷ୍ଟ ସଂସଦରେ ୨୦୧ ଭୋଟ୍ ପାଇ ଆସ୍ଥା ଜିତିଛନ୍ତି । ବିରୋଧୀ ପ୍ରାର୍ଥୀ ତଥା ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳ ପାକିସ୍ତାନ ତେହେରିକ-ଏ-ଇନସାଫ (ପିଟିଆଇ)ର ଓମାର ଆୟୁବ ଖାନଙ୍କ ସପକ୍ଷରେ କେବଳ ୯୨ ଭୋଟ୍ ପଡ଼ିଥିଲା।
ସଂସଦରେ ଆସ୍ଥା ଭୋଟ୍ପି ସମୟରେ ପିଟିଆଇ ସମର୍ଥିତ ସାଂସଦମାନେ ସ୍ଲୋଗାନବାଜି କରିଥିଲେ । ଶେହବାଜ ସରିଫ୍ ସୋମବାର ରାଷ୍ଟ୍ରପତି ବାସଭବନ ଏଓ୍ବାନ-ଏ-ସଦ୍ରରେ ଶପଥ ନେବେ। ସାଧାରଣ ନିର୍ବାଚନ କରିବା ପାଇଁ ସଂସଦ ଭଙ୍ଗ ହେବା ପୂର୍ବରୁ ଶେହବାଜ ଏପ୍ରିଲ୍ ୨୦୨୨ ରୁ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ମେଣ୍ଟ ସରକାରର ନେତୃତ୍ୱ ନେଇଥିଲେ।
ଆସାନସୋଲ ଲୋକସଭା ଆସନରୁ ଓହରିଲେ ବିଜେପି ପ୍ରାର୍ଥୀ ପୱନ ସିଂହ, ପ୍ରାର୍ଥୀତ୍ବକୁ ନେଇ ଉଠିଥିଲା ବିବାଦ
Next Articleଟିକେଟ୍ କଟିବା ପରେ ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେପି ସାଂସଦ ହର୍ଷ ବର୍ଦ୍ଧନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
