ପତଞ୍ଜଳି ବିଜ୍ଞାପନ ମାମଲା: ରାମଦେବଙ୍କୁ ହାଜର ହେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ପତଞ୍ଜଳି ଆୟୁର୍ବେଦର ବିଭ୍ରାନ୍ତିକର ଔଷଧ ବିଜ୍ଞାପନ ମାମଲାରେ ପତଞ୍ଜଳିର ସହପ୍ରତିଷ୍ଠାତା ବାବା ରାମଦେବ ଏବଂ ତାଙ୍କ ସହଯୋଗୀ ତଥା ପତଞ୍ଜଳି ଏମଡି ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ କୋର୍ଟରେ ହାଜର ହେବାକୁ କହିଛନ୍ତି ସୁପ୍ରିମକୋର୍ଟ । ପୂର୍ବରୁ ଜାରି ଅବମାନନା ନୋଟିସର ଜବାବ ଦାଖଲ ନ କରିବାରୁ କୋର୍ଟ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଜଷ୍ଟିସ ହିମା କୋହଲି ଏବଂ ଅହସାନୁଦ୍ଦିନ ଅମାନୁଲ୍ଲାଙ୍କ ଖଣ୍ଡପୀଠ ରାମଦେବଙ୍କ ବିରୋଧରେ ଅବମାନନା ମାମଲା କାହିଁକି ଆରମ୍ଭ ନ କରାଯିବ ସେନେଇ [...]
ନୂଆଦିଲ୍ଲୀ: ପତଞ୍ଜଳି ଆୟୁର୍ବେଦର ବିଭ୍ରାନ୍ତିକର ଔଷଧ ବିଜ୍ଞାପନ ମାମଲାରେ ପତଞ୍ଜଳିର ସହପ୍ରତିଷ୍ଠାତା ବାବା ରାମଦେବ ଏବଂ ତାଙ୍କ ସହଯୋଗୀ ତଥା ପତଞ୍ଜଳି ଏମଡି ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ କୋର୍ଟରେ ହାଜର ହେବାକୁ କହିଛନ୍ତି ସୁପ୍ରିମକୋର୍ଟ । ପୂର୍ବରୁ ଜାରି ଅବମାନନା ନୋଟିସର ଜବାବ ଦାଖଲ ନ କରିବାରୁ କୋର୍ଟ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଜଷ୍ଟିସ ହିମା କୋହଲି ଏବଂ ଅହସାନୁଦ୍ଦିନ ଅମାନୁଲ୍ଲାଙ୍କ ଖଣ୍ଡପୀଠ ରାମଦେବଙ୍କ ବିରୋଧରେ ଅବମାନନା ମାମଲା କାହିଁକି ଆରମ୍ଭ ନ କରାଯିବ ସେନେଇ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତିି ।
ଏହା ପୂର୍ବରୁ ଫେବୃଆରୀ ୨୭ରେ ହୋଇଥିବା ଶୁଣାଣିରେ କୋର୍ଟ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ବିଭ୍ରାନ୍ତିକର ଔଷଧ ବିଜ୍ଞାପନ ଉପରେ ରୋକ୍ ଲଗାଇଥିଲେ। ଏହାଛଡ଼ା ଅଦାଲତ ଅବମାନନା ନେଇ ପତଞ୍ଜଳି ଆୟୁର୍ବେଦ କମ୍ପାନୀ ଏବଂ ଏହାର ଏମଡି ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲେ କୋର୍ଟ।
କୋଭିଡ ଭ୍ୟାକ୍ସିନ୍ ଓ ଏଲୋପାଥି ଚିକିତ୍ସା ପଦ୍ଧତି ବିରୋଧରେ ନକାରାତ୍ମକ ପ୍ରଚାର କରୁଥିବା ଅଭିଯୋଗ କରି ୨୦୨୨ରେ ରାମଦେବଙ୍କ ପତଞ୍ଜଳି ବିରୋଧରେ ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମ୍ଏ) ସୁପ୍ରିମକୋର୍ଟର ଦ୍ବାରସ୍ଥ ହୋଇଥିଲା । ଏହାଛଡ଼ା ନିଜ ଆୟୁର୍ବେଦିକ ଔଷଧ ଦ୍ବାରା କିଛି ରୋଗ ଭଲ କରିବା ନେଇ ପତଞ୍ଜଳି ମିଛ ଦାବି କରୁଥିବା ଅଭିଯୋଗ କରିଥିଲା ଆଇଏମ୍ଏ।
ସେପ୍ଟେମ୍ବର ୨୦୨୩ ଓ ଜାନୁୟାରୀ ୨୦୨୪ରେ ଶୁଣାଣି ବେଳେ ପ୍ରିଣ୍ଟ ମିଡିଆରେ ପ୍ରକାଶିତ ପତଞ୍ଜଳି ବିଜ୍ଞାପନକୁ କୋର୍ଟରେ ଉପସ୍ଥାପନ କରିଥିଲା ଆଇଏମ୍ଏ | ପତଞ୍ଜଳି ଏହି ବିଜ୍ଞାପନ ଗୁଡ଼ିକରେ ମଧୁମେହ ଓ ଆଜମା ଭଳି ରୋଗକୁ ନିଜ ଆୟୁର୍ବେଦିକ ଔଷଧ ଦ୍ବାରା ସମ୍ପୂର୍ଣ୍ଣ ଭଲ କରିପାରୁଥିବା ଦାବି କରିଥିଲା ।
Two Forest Guards Injured In Firing By Poachers In Nilagiri
Next Articleସରକାର ଗଠନ ପାଇଁ ବିଜେଡିକୁ ମେଣ୍ଟର ଆବଶ୍ୟକତା ନାହିଁ: କାର୍ତ୍ତିକ ପାଣ୍ଡିଆନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
