ପୁଲୱାମା ଏନକାଉଣ୍ଟରରେ ସୁରକ୍ଷା ବାହିନୀକୁ ସଫଳତା, ଲସ୍କର କମାଣ୍ଡର ସମେତ ଦୁଇ ଆତଙ୍କବାଦୀ ନିପାତ
ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାରେ ସୋମବାର ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏହି ଏକାଉଣ୍ଟରରେ ଲସ୍କର-ଏ-ତଇବାର ଜଣେ କମାଣ୍ଡର ସହ ଦୁଇ ଆତଙ୍କବାଦୀ ନିପାତ ହୋଇଛନ୍ତି। ପୋଲିସ ଏହି ସୂଚନା ଦେଇଛି। କାଶ୍ମୀର ଆଇଜି ଭିକେ ବିର୍ଦ୍ଧିଙ୍କ ସୂଚନା ଅନୁଯାୟୀ, ଦକ୍ଷିଣ କାଶ୍ମୀର ଜିଲ୍ଲାର ନିହାମା ଅଞ୍ଚଳରେ ଘେରାବନ୍ଦୀ ଓ ତଲାସି ଅପରେସନ ବେଳେ ହୋଇଥିବା ଏନକାଉଣ୍ଟରରେ ରିୟାଜ ଦର ଓ ରଇସ୍ ଦର ନାମକ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। [...]
ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାରେ ସୋମବାର ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏହି ଏକାଉଣ୍ଟରରେ ଲସ୍କର-ଏ-ତଇବାର ଜଣେ କମାଣ୍ଡର ସହ ଦୁଇ ଆତଙ୍କବାଦୀ ନିପାତ ହୋଇଛନ୍ତି। ପୋଲିସ ଏହି ସୂଚନା ଦେଇଛି।
କାଶ୍ମୀର ଆଇଜି ଭିକେ ବିର୍ଦ୍ଧିଙ୍କ ସୂଚନା ଅନୁଯାୟୀ, ଦକ୍ଷିଣ କାଶ୍ମୀର ଜିଲ୍ଲାର ନିହାମା ଅଞ୍ଚଳରେ ଘେରାବନ୍ଦୀ ଓ ତଲାସି ଅପରେସନ ବେଳେ ହୋଇଥିବା ଏନକାଉଣ୍ଟରରେ ରିୟାଜ ଦର ଓ ରଇସ୍ ଦର ନାମକ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତଇବାର ରିୟାଜ ଦର “କମାଣ୍ଡର” ଥିଲା । ଅନେକ ଆତଙ୍କବାଦୀ ମାମଲାରେ ରିୟାଜ ଓ୍ବାଣ୍ଟେଡ୍ ଥିଲା। ସେ ଦୀର୍ଘ ବର୍ଷ ଧରି ସୁରକ୍ଷା ବାହିନୀକୁ ଚକମା ଦେଇ ଆସୁଥିଲା ।
ପୁଲୱାମା ଜିଲ୍ଲାର ନିହାମା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଠୋସ୍ ସୂଚନା ପାଇବା ପରେ ଭାରତୀୟ ସେନା, ସିଆରପିଏଫ୍ ଓ ଜମ୍ମୁ-କାଶ୍ମୀର ପୋଲିସ ତରଫରୁ ମିଳିତ ଅପରେସନ୍ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ତଲାସି ଦଳ ଉପରକୁ ଗୁଳିମାଡ଼ କରିବା ପରେ ସୁରକ୍ଷା ବାହିନୀ ପାଲଟା ଆକ୍ସନ ନେଇଥିଲା ।
ଏଥର ନିର୍ବାଚନରେ ରାଜ୍ୟରେ ମତଦାନ ହାର ୨୦୧୯ ଅପେକ୍ଷା ଅଧିକ, ମହିଳାଙ୍କ ମତଦାନ ହାର ସର୍ବାଧିକ
Next Articleଗୀତା ଉପଦେଶ: ତ୍ୟାଗ ହିଁ ପୁରୁଷ ବ୍ୟାଘ୍ର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
