ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୖଶାଖୀ ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | News Room Odisha

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୖଶାଖୀ ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶ୍ୱସ୍ତି ଆଣିବା ସମ୍ଭାବନା ରହିଛି। ୧୮ ତାରିଖ ଅପରାହ୍ନ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।